ରିପୋର୍ଟ କାର୍ଡ / ଭୁବନେଶ୍ୱର
ଘରେ କୁକୁର ରଖିବାକୁ ଚାହୁଁଥିଲେ ପ୍ରଥମେ ବିଏମ୍ସି ପାଖରେ ପଞ୍ଜୀକରଣ କରିବାକୁ ହେବ । ନଚେତ୍ କୁକୁର ରଖିବାକୁ ଅନୁମତି ମିଳିବନି । ଖୁବ୍ଶୀଘ୍ର ଏ ନେଇ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡିୟୋର ଆସିବ ବୋଲି ବିଏମସି କମିଶନର ବିଜୟ ଅମୃତ କୁଲାଙ୍ଗେ କହିଛନ୍ତି । ପୋଷା କୁକୁର ରଖିବାକୁ ନେଇ ଇନ୍ଫୋସିଟି ଅଞ୍ଚଳରେ ତୁମୁଳକାଣ୍ଡ ହେବା ପରେ ବିଏମ୍ସି ନୂଆ ଗାଇଡଲାଇନ୍ ଆଣିବାକୁ ଯାଉଛି । ପୋଷା କୁକୁର ରଖିବା ପାଇଁ ପଞ୍ଜୀକରଣଠାରୁ ନେଇ କୁକୁରଙ୍କ ମଳତ୍ୟାଗ, ସେମାନଙ୍କୁ ବାହାରେ ବୁଲାଇବା ପାଇଁ ଆବଶ୍ୟକ ନିୟମ ଧାର୍ଯ୍ୟ କରାଯିବ । କୁକୁରଙ୍କୁ ନିୟମିତ ଟିକାକରଣ ସହ ସେମାନଙ୍କ ଖାଦ୍ୟପେୟ ଓ ସ୍ୱାସ୍ଥ୍ୟଗତ ଦିଗକୁ ମଧ୍ୟ ବିଚାରକୁ ନେଇ ଗାଇଡଲାଇନ୍ରେ ବ୍ୟବସ୍ଥା ରହିବ । କେଉଁ କେଉଁ ସର୍ବସାଧାରଣ ସ୍ଥାନକୁ ପୋଷା କୁକୁରଙ୍କୁ ନେଇହେବ ଓ ଏଥିପାଇଁ କ’ଣ ସହୁ ନିୟମ ରହିବ ତାହା ବି ଏସ୍ଓପିରେ ରଖାଯିବ ।






More Stories
ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷା ମନ୍ତ୍ରୀ…..
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……