Report Card Odisha

| Daily Odia News

ଅର୍ଚ୍ଚନା ନାଗ ମାମଲା:ଇଡିରେ ହାଜର ବ୍ୟବସାୟୀ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବହୁ ଚର୍ଚ୍ଚିତ ଲେଡି ବ୍ଲାକ ମେଲର ଅର୍ଚ୍ଚନା ନାଗ ମାମଲାରେ ତନାଘନା ଜାରି ରଖିଛି ଇଡି। ଆଜି ଇଡିରେ ହାଜର ହୋଇଛନ୍ତି ବ୍ୟବସାୟୀ ଅମୀୟକାନ୍ତ ଦାସ । ସେ ଅର୍ଚ୍ଚନା ଓ ଜଗବନ୍ଧୁଙ୍କ ଆକାଉଣ୍ଟକୁ ୧୦ ଲକ୍ଷ ଟଙ୍କା ପଠାଇଥିଲେ । ତେବେ କେଉଁ କାରଣ ପାଇଁ ସେ ଏତେ ଟଙ୍କା ପଠାଇଥିଲେ ସେ ନେଇ ଇଡି ଖୋଳତାଡ କରୁଛି । ଅମୀୟକାନ୍ତ ଦାସ ଭୁବନେଶ୍ୱରର ଜଣେ ପ୍ରତିଷ୍ଠିତ ବ୍ୟବସାୟୀ ଭାବେ ପରିଚିତ । ୨୦୨୧-୨୨ରେ ତାଙ୍କ ସଂସ୍ଥାର ଚେକ୍‌ରୁ ଅର୍ଚ୍ଚନା ଓ ଜଗବନ୍ଧୁଙ୍କ ଆକାଉଣ୍ଟରେ ୧୦ ଲକ୍ଷ ଟଙ୍କା ଡିପୋଜିଟ ହୋଇଥିଲା। ସେପଟେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ଆଜି ହାଜର ହୋଇପାରନ୍ତି ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ।

Breaking News