ରିପୋର୍ଟ କାର୍ଡ / ମାଲକାନଗିରି
ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ତିନି ମାଓବାଦୀ ନିହତ ହୋଇଛନ୍ତି । ଏବେ ବିଜାପୁର ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି । ଖବର ଅନୁଯାୟୀ, ବିଜାପୁର ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ କୁମ୍ବିଂ ଅପରସେନ୍ ଚାଲିଥିଲା । ଏହି ସମୟରେ ମାବାଦୀଙ୍କ ସହ ମିତ୍ରପୁର ଥାନା ପୋମରା ଜଙ୍ଗଲରେ ମାଓବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଯେଉଁଥିରେ ତିନି ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ସିଆର୍ପିଏଫ୍ ଡିଆରଜି ଏବଂ ଏସ୍ଟିଏଫ୍ ବାହିନୀ ପକ୍ଷରୁ ଏବେବି ଜଙ୍ଗଲରେ କୁମ୍ବିଂ ଅପରେସନ ଚାଲିଛି ।ସେପଟେ ଘଟଣାସ୍ଥଳରେ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ସହ ବନ୍ଧୁକ ମଧ୍ୟ ଜବତ ହୋଇଛି । ତେବେ ନିହତ ହୋଇଥିବା ମାଓବାଦୀମାନେ କେଉଁ ସଂଗଠନ ସହିତ ଜଡିତ ଏନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ ।






More Stories
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……
ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି,ଏଠାରୁ ପରିବର୍ତ୍ତନର ଆରମ୍ଭ :ଧର୍ମେନ୍ଦ୍ର….
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ….