ରିପୋର୍ଟ କାର୍ଡ / ଭୁବନେଶ୍ବର
କୁଲତା ସମାଜର ଲୋକମାନଙ୍କ ପାଇଁ ପୁରୀରେ ଏକ ଧର୍ମଶାଳା ନିର୍ମାଣ କରାଯିବ | ସେଥି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀର ସୁନାମୁହିଁ ମଉଜାରେ ୧ ଏକର ଜମି ଦେବେ | ଏହା ସହିତ ପ୍ରସ୍ତାବିତ ଧର୍ମଶାଳା ପାଇଁ ସ୍ବତନ୍ତ୍ର ସମସ୍ୟା ପାଣ୍ଠିରୁ ମଧ୍ୟ ୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ପ୍ରତିବର୍ଷ କୁଲତା ସମାଜର ଲକ୍ଷାଧିକ ଲୋକ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଆସିଥାନ୍ତି । ସେମାନଙ୍କ ରହଣି ଓ ଅନ୍ୟାନ୍ୟ ଧାର୍ମିକ କାର୍ଯ୍ୟକ୍ରମ ନିମନ୍ତେ ଏକ ଧର୍ମଶାଳା ପ୍ରତିଷ୍ଠା ପାଇଁ ଜମି ଯୋଗାଇ ଦେବାକୁ କୁଲତା ସମାଜର ଏକ ପ୍ରତିନିଧି ଦଳ ଗତ ୨୮ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀ ଏଥିପାଇଁ ତୁରନ୍ତ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।






More Stories
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……
ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି,ଏଠାରୁ ପରିବର୍ତ୍ତନର ଆରମ୍ଭ :ଧର୍ମେନ୍ଦ୍ର….
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ….