ରିପୋର୍ଟ କାର୍ଡ / ଭୁବନେଶ୍ୱର
ବର୍ଷୀୟାନ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା । କଟକ ଚଣ୍ଡୀ ଛକ ସ୍ଥିତ ବାସଭବନରେ ସେ ଶେଷନିଶ୍ୱାସ ତ୍ୟାଗକରିଛନ୍ତି । ତେବେ ବିଳମ୍ୱିତ ରାତିରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି । ତାଙ୍କ ମୃତ୍ୟୁ ପରେ ଓଲିଉଡରେ ଶୋକର ଛାୟା ଖେଳିଯାଇଛି । ଷାଠିଏ ଦଶକରେ ସେ ଚଳଚ୍ଚିତ୍ର ଜଗତରେ ପାଦ ଥାପିଥିଲେ। ଧାରାବାହିକ ରେ ବି ଅଭିନୟ କରିଥିଲେ। ଶ୍ରୀଜଗନ୍ନାଥ, ନାରୀ, ଅଦିନମେଘ, ଅମଡ଼ାବାଟ, ଅଭିନେତ୍ରୀ, ମହ୍ଲାଜହ୍ନ, ହିସାବନିକାଶ, ପୂଜାଫୁଲ, ସମୟ ବଡ଼ ବଳବାନ, ଆ ଜହ୍ନରେ ଲେଖିବା ନାଆଁ ଏବଂ ହୀରାନୀଳା ଆଦି ସିନେମାରେ ଅଭିନୟ କରି ବେଶ୍ ଲୋକପ୍ରିୟତା ହାସଲ କରିଥିଲେ।






More Stories
ମହିଳା ସରପଞ୍ଚଙ୍କ ସ୍ବର ଚାପିବାକୁ ଉଦ୍ୟମ ହେଉଛି….
ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ…..
ଜେଲ୍ ଗଲେ ଚାମେଲି ଓଝା…..