ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
୨୦୨୩ରେ ଭାରତରେ ଜି-୨୦ ଶିଖର ସମ୍ମିଳନୀ ଅନୁଷ୍ଠିତ ହେବ । ଏଥି ପାଇଁ ସୋମବାର ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ସର୍ବ ଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠରେ କିଛି କେନ୍ଦ୍ରମନ୍ତ୍ରୀ ମାନଙ୍କ ସହ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ଯୋଗ ଦେଇଥିଲେ । ଆଗକୁ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀ ଉପରେ ବୈଠକରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା । ବୈଠକ ଶେଷ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସବୁ ରାଜନୈତିକ ଦଳର ମୁଖ୍ୟଙ୍କୁ ଭେଟିଥିଲେ । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କିଛି ଜରୁରୀ ଆଲୋଚନା କରିଥିବା ଦେଖିବାକୁ ମିଳିଛି । ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ସହ ମୋଦୀ କଥାବାର୍ତ୍ତା କରୁଥିବା ମଧ୍ୟ ଦେଖିବାକୁ ମିଳିଛନ୍ତି । ଏହି ସମୟରେ କଂଗ୍ରେସ ନେତା ଉଦିତ ରାଜ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରୁଥିବା ନଜର ଆସିଛନ୍ତି । କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡ଼ଗେ, ଆମ୍ ଆଦମୀ ପାର୍ଟିର ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କ ସହ ବେଶ ଖୁସିରେ ପ୍ରଧାନମନ୍ତ୍ରୀ କଥା ହେଉଥିବା ଦେଖିବାକୁ ମିଳିଛି । ସେହିପରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରୁଥିବା ଏକ ଫଟୋରେ ଦେଖିବାକୁ ମିଳିଛନ୍ତି ।






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..