ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା ଅବପାତରେ ପରିଣତ ହେବ। ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ଏକ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ତେବେ ବାତ୍ୟାର ପ୍ରଭାବ ରାଜ୍ୟ ଉପରେ ସିଧାସଳଖ ପ୍ରଭାବ ପଡିବ ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ- ବାତ୍ୟାର ବାହ୍ୟବଳୟ ସହ ଜଡିତ ମେଘ ସମୂହ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି ଜିଲାରେ ୧୦ ତାରିଖ ବେଳକୁ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଅନ୍ୟପଟେ, ଆଗାମୀ ୩ ଦିନ ଯାଏ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନ ଥିବା ବେଳେ ପରବର୍ତ୍ତୀ ୨ ଦିନ ମଧ୍ୟରେ ସମ୍ଭାବ୍ୟ ବାତ୍ୟା ଯୋଗୁ ରାଜ୍ୟ ମଧ୍ୟକୁ ସାମୁଦ୍ରିକ ବାୟୁର ମାତ୍ର ବୃଦ୍ଧି ସହ ରାତ୍ରି ତାପମାତ୍ରା ୨ ରୁ ୩ ଡିଗ୍ରୀ ଯାଏ ବୃଦ୍ଧି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..