ରିପୋର୍ଟ କାର୍ଡ / ବ୍ରହ୍ମପୁର
ରାଗିଂ ପାଇଁ ୭ ଛାତ୍ରଙ୍କୁ କଲେଜ କ୍ୟାମ୍ପସ ରୁ ବାହାର କରି ଦିଆଯାଇଛି। ବ୍ରହ୍ମପୁରସ୍ଥିତ ଖଲ୍ଲିକୋଟ ଜୁନିୟର କଲେଜର ୭ଜଣ ଛାତ୍ରଙ୍କୁ ସବୁଦିନ ପାଇଁ କ୍ୟାମ୍ପସରୁ ସସପେଣ୍ଡ କରାଯାଇଛି । ଆଣ୍ଟି ରାଗିଂ କମିଟିର ସୁପାରିସ ଅନୁସାରେ କଲେଜ ଅଧ୍ୟକ୍ଷ ଏପରି ନିର୍ଦ୍ଦେଶ ଜାରି କରିଛନ୍ତି । ଯଦି ସେମାନେ କ୍ୟାମ୍ପସକୁ ଆସନ୍ତି ପୁଲିସ କାର୍ଯ୍ୟାନୁଷ୍ଠାନ ନେବ ବୋଲି ନୋଟିସରେ ଉଲ୍ଲେଖ ରହିଛି । ଜଣେ ଛାତ୍ରୀଙ୍କୁ ରାଗିଂ ଅଭିଯୋଗରେ କଲେଜ କର୍ତ୍ତୃପକ୍ଷ ୭ଜଣ ଛାତ୍ରଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରିଛନ୍ତି । ଅନ୍ୟପକ୍ଷରେ ରାଗିଂ କରିଥିବା ଛାତ୍ରମାନେ ଯଦି ଫର୍ମ ଫିଲ୍ ଅପ୍ କରିଛନ୍ତି ତେବେ ପରୀକ୍ଷା ଦେଇପାରିବେ ବୋଲି କଲେଜ ଅଧ୍ୟକ୍ଷ ସୂଚନା ଦେଇଛନ୍ତି ।






More Stories
ପୀତବାସ ହତ୍ୟା ମାମଲାର: ଡାକ୍ତରଙ୍କ ମୋବାଇଲ ଫୋନ ଜବତ…..
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..