ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସାମୁଦ୍ରିକ ବାତ୍ୟା ମ୍ୟାଣ୍ଡସ୍ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଆଜି ମଧ୍ୟରାତ୍ର ସୁଦ୍ଧା ଘଣ୍ଟା ପ୍ରତି ୬୫ରୁ ୭୫ କିଲୋମିଟର୍ ବତାସ ସହିତ ପୁଡ୍ଡୁଚେରୀ ଓ ଶ୍ରୀହରିକୋଟା ମଧ୍ୟ ଦେଇ ଉତ୍ତର ତାମିଲନାଡୁ, ପୁଡ୍ଡୁଚେରୀ ଏବଂ ତତ୍ସଂଲଗ୍ନ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ | ଏନେଇ ଆଜି ସକାଳେ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଆଗାମୀ ୬ ଘଣ୍ଟା ଧରି ଭୀଷଣ ସାମୁଦ୍ରିକ ବାତ୍ୟା ମ୍ୟାଣ୍ଡସ୍ ତା’ର ତୀବ୍ରତା ବଜାୟ ରଖିବାର ସମ୍ଭାବନା ରହିଛି। ତା’ପରେ ଏହା କ୍ରମଶଃ ଦୁର୍ବଳ ହୋଇ ସାମାନ୍ୟ ସାମୁଦ୍ରିକ ବାତ୍ୟାରେ ପରିଣତ ହେବ। ବାତ୍ୟା ପ୍ରକୋପରେ ବର୍ଷା ହେବାର ସମ୍ଭାବନା ଥିବାରୁ ଭାରତୀୟ ପାଣିପାଗ ବିଭାଗ ତାମିଲନାଡୁ, ପୁଡ୍ଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ‘ଅରେଞ୍ଜ୍ ଆଲର୍ଟ’ ଜାରି କରିଛି। ‘ଏନ୍ଡିଆର୍ଏଫ୍’ ଟିମ୍କୁ ମଧ୍ୟ ସଜାଗ ରଖାଯାଇଛି।
ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଆଜି ପୁଡ୍ଡୁଚେରୀ ଓ କାରଈକାଲରେ ସମସ୍ତ ସ୍କୁଲ୍ ଓ କଲେଜ ବନ୍ଦ ରଖାଯାଇଛି। ସଦ୍ୟତମ ସୂଚନା ଅନୁସାରେ, ତାମିଲନାଡୁର ତୁତୁକୁଡ଼ି, ତେନି ଏବଂ ସିରୁମଲାଇରେ ବି ବର୍ଷାଜନିତ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି।






More Stories
୮ ସାଂସଦ ନିଲମ୍ବିତ…..
ଡାଟା ସେୟାରିଂ ନାଁରେ ନାଗରିକଙ୍କ ଗୋପନୀୟତାର…..
ଏନଡିଏ ବୈଠକରେ ମୋଦୀଙ୍କୁ ଭବ୍ୟ ସ୍ୱାଗତ…..