ରିପୋର୍ଟ କାର୍ଡ / ବରଗଡ଼
ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାରେ ବଳରାମ ଭୂମିକାରେ ଅଭିନୟ କରିବା ପାଇଁ ମନୋନୀତ ହୋଇଥିବା କୁନି କଳାକାର ଶ୍ରେୟସ ପୂଝାରୀଙ୍କର ମୃତ୍ୟୁ ଘଟିଛି। ତାଙ୍କୁ ମାତ୍ର ୧୨ ବର୍ଷ ହୋଇଥିଲା। ଶ୍ରେୟସଙ୍କ ଘର ଅମ୍ବାପାଲିରେ। ତାଙ୍କ ବାପାଙ୍କ ନାଁ ମହେନ୍ଦ୍ର ପୁଝାରୀ। ସେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ସପ୍ତମ ଶ୍ରେଣୀରେ ପଢୁଥିଲେ। ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ଶ୍ରେୟସ ଘରେ ଖେଳୁଥିବା ସମୟରେ ତଳେ ପଡ଼ିଯାଇଥିଲେ। ସେ ଅଚେତ ହୋଇଯିବାରୁ ପରିବାର ଲୋକେ ତାଙ୍କୁ ବରଗଡ଼ ପୁରୁଣା ହସ୍ପିଟାଲ୍କୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଶ୍ରେୟସଙ୍କ ମୃତ୍ୟୁ ଖବର ପାଇବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।






More Stories
ଭଡ଼ାଘର ଦେବେ ସରକାର…..
୧୯ରୁ ମାଟ୍ରିକ ପରୀକ୍ଷା……
ଆସିଲା ସୁଭଦ୍ରା ଟଙ୍କା…..