ରିପୋର୍ଟ କାର୍ଡ / ସମ୍ବଲପୁର
ସମ୍ବଲପୁର ଓକିଲଙ୍କ ଆନ୍ଦୋଳନ ଘଟଣାରେ ୧୨ ଜଣ ଆଇନଜୀବୀଙ୍କୁ ଗିରଫ କରାଯାଇଛି । ସେମାନଙ୍କ ମଧ୍ୟରୁ ୯ଜଣ ଓକିଲଙ୍କୁ କୋର୍ଟ ଚାଲାଣ କରିଛି ସମ୍ବଲପୁର ପୋଲିସ । କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ଜେଲ ଯାଇଛନ୍ତି ଆଇନଜୀବୀ । ସେପଟେ ଘଟଣାକୁ ନେଇ ସମ୍ବଲପୁର ପୋଲିସ ଜୋରଦାର ତଦନ୍ତ ଚଳାଇଛି । ସିସିଟିଭି ଫୁଟେଜ ଆଧାରରେ ଅନ୍ୟ ଆନ୍ଦୋଳନକାରୀ ମାନଙ୍କୁ ଗିରଫ କରାଯିବା ନେଇ ସମ୍ବଲପୁର ଏସପି ସୂଚନା ଦେଇଛନ୍ତି । ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି କଚେରି ଛକରେ ୧୪୪ ଧାରା ଜାରି ହୋଇଛି । ୨୦୦ ମିଟର ପରିଧି ମଧ୍ୟକୁ କୌଣସି ବ୍ୟକ୍ତିଙ୍କୁ ପ୍ରବେଶ ପାଇଁ ଅନୁମତି ଦିଆଯାଇନାହିଁ । ଆଜି ଯେଉଁମାନେ ୨୦୦ ମିଟର ନିଷିଦ୍ଧାଞ୍ଚଳରେ ପ୍ରବେଶ କରିବେ ସେମାନଙ୍କୁ ଗିରଫ କରାଯିବବୋଲି ପୋଲିସ କହିଛି । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ସହରରେ ୨୧ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । କେବଳ କୋର୍ଟ ପରିସରରେ ୧୭ ପ୍ଲାଟୁନ ଫୋର୍ସ ମୁତୟନ ରହିବେ ବୋଲି ଏସପି କହିଛନ୍ତି । ସୂଚନା ଅନୁସାରେ-ସମ୍ବଲପୁରରେ ହାଇକୋର୍ଟ ପ୍ରତିଷ୍ଠା ଦାବିକୁ ନେଇ ଓକିଲମାନେ ଦୀର୍ଘ ଦିନ ହେଲା ଆନ୍ଦୋଳନ ଚଳାଇ ଆସିଥିବା ବେଳେ ଗତକାଲି ଏହା ତୀବ୍ର ରୂପ ଧାରଣ କରିଥିଲା। ବହୁ ସଂଖ୍ୟାରେ ଓକିଲ ବିଚାରପତିଙ୍କ ଚାମ୍ବରରେ ପଶି ବ୍ୟାପକ ଭଙ୍ଗାରୁଜା କରିଥିଲେ। ଏହି ଅଭିଯୋଗରେ ସମ୍ବଲପୁର ଜିଲ୍ଲା ବାର ଆସୋସିଏସନର ୨୯ ଜଣ ଆଇନଜୀବୀଙ୍କ ଲାଇସେନ୍ସ ସସ୍ପେଣ୍ଡ କରିଛି ବାର୍ କାଉନ୍ସିଲ୍ ଅଫ ଇଣ୍ଡିଆ ।






More Stories
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..
ଆଜି ରାଷ୍ଟ୍ରପତିଙ୍କର ଓଡିଶା ଗସ୍ତର ଦ୍ଵିତୀୟ ଦିନ:ବିରଜା ମନ୍ଦିର ପରିଦର୍ଶନ…..
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..