ରିପୋର୍ଟ କାର୍ଡ / ପୁରୀ
ଆଜି ଶ୍ରୀମନ୍ଦିରରେ ୪ଘଣ୍ଟା ଦର୍ଶନ ବନ୍ଦ ରହିବ | ଶ୍ରୀଜିଉଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ | ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପୌଷ କୃଷ୍ଣ ପକ୍ଷ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହୋଇଥାଏ। ଏଥିଲାଗି ଦ୍ୱିତୀୟ ଭୋଗମଣ୍ଡପ ନୀତି ବଢିବା ପରେ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ପାଖାପାଖି ୪ ଘଣ୍ଟା ଦର୍ଶନ ବନ୍ଦ ରହିବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇ ଏହି ନୀତି ସମ୍ପାଦନ କରାଯାଇଥାଏ। ଦତ୍ତ ମହାପାତ୍ର ସେବାୟତମାନଙ୍କ ଦ୍ୱାରା ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ହରିତାଳ, ହିଙ୍ଗୁଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା, ନାଲି ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ଆଜି ପ୍ରବଳ ବର୍ଷିବ,୫ ଜିଲ୍ଲାକୁ ରେଡ୍ ଓ୍ବାର୍ନିଂ ଜାରି…..
ଶାହଙ୍କ ଓଡିଶା ଗସ୍ତ ବାତିଲ…..