ରିପୋର୍ଟ କାର୍ଡ / ଭୁବନେଶ୍ୱର
ସମ୍ବଲପୁର ଓକିଲ ଆନ୍ଦୋଳନ ଉଗ୍ରରୂପ ନେଇଛି | ଏହି ମାମଲାର ଆଜି ସୁପ୍ରିମକୋର୍ଟରେ ଶୁଣାଣି ହେବ। ଡିଜିପି ଓ ଉତ୍ତରାଞ୍ଚଳ ଆଇଜି ଭିଡିଓ କନ୍ଫରେନ୍ସିରେ ଅଦାଲତରେ ହାଜର ହେବେ। ଅନ୍ୟପକ୍ଷରେ ଓକିଲମାନେ ସେମାନଙ୍କ ଆନ୍ଦୋଳନ ସ୍ଥଗିତ ରଖିଛନ୍ତି। କିଛି ଓକିଲଙ୍କୁ ଗିରଫ କରାଯିବା ସହିତ ଆଉ କେତେକ ଓକିଲଙ୍କ ଲାଇସେନ୍ସ ସସ୍ପେଣ୍ଡ କରାଯାଇଛି | ଏହାପରେ ନରମିଛି ପଶ୍ଚିମ ଓଡ଼ିଶା ଓକିଲ ସଂଘ କ୍ରିୟାନୁଷ୍ଠାନ କମିଟି। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସମ୍ମାନ ଜଣାଇ ଆନ୍ଦୋଳନ ସ୍ଥଗିତ ରଖାଯାଇଛି ବୋଲି ସଂଘ ପକ୍ଷରୁ କୁହାଯାଇଛି। କୋର୍ଟଙ୍କ ଉପରେ ଆସ୍ଥା ଅଛି। ପଶ୍ଚିମ ଓଡ଼ିଶାରେ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ କମିଟି ଆଶାବାଦୀ ଅଛି। ଏନେଇ କେନ୍ଦ୍ର, ରାଜ୍ୟ ସରକାର ଓ ହାଇକୋର୍ଟ ଉପରେ ଭରସା ରହିଥିବା ସମ୍ବଲପୁର କ୍ରିୟାନୁଷ୍ଠାନ କମିଟି ଅଧ୍ୟକ୍ଷ କହିଛନ୍ତି।






More Stories
ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ପରିଚୟ ପତ୍ର ବାଧ୍ୟତାମୂଳକ…..
ରାହୁଲଙ୍କ ସମେତ ୨୫ କଂଗ୍ରେସ ଏମ୍ପିଙ୍କୁ ଗୁଳି କରିବାକୁ ଧମକ……
୩୧ଟି ନୂଆ ଜିଲ୍ଲା ପାଇଁ ସରକାରଙ୍କୁ ପ୍ରସ୍ତାବ…..