ରିପୋର୍ଟ କାର୍ଡ / ଭୁବନେଶ୍ୱର
ବରିଷ୍ଠ ଓଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଶକ୍ତି ବିଭାଗର ସ୍ୱତନ୍ତ୍ର ସଚିବ ତଥା ଓଏଏସ୍ ସୁରଥ ଚନ୍ଦ୍ର ମଲ୍ଲିକଙ୍କୁ ଅତିରିକ୍ତ ଜେଲ୍ ଆଇଜି ଭାବେ ବଦଳି କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଶକ୍ତି ବିଭାଗର ସ୍ୱତନ୍ତ୍ର ସଚିବ ସୁରଥ ଚନ୍ଦ୍ର ମଲ୍ଲିକଙ୍କୁ ଭୁବନେଶ୍ୱରସ୍ଥିତ ଜେଲ୍ ନିର୍ଦ୍ଦେଶାଳୟରେ ଅତିରିକ୍ତ ଜେଲ୍ ଆଇଜି ଭାବେ ବଦଳି ହୋଇଛି । ସେହିପରି ସେଠାରେ ଥିବା ବରିଷ୍ଠ ଓଏଏସ୍ ସୀତାରାମ ପଟେଲଙ୍କୁ ସମ୍ବଲପୁରସ୍ଥିତ ବନ୍ଦୋବସ୍ତ ଓ ଚକବନ୍ଦୀ ଅତିରିକ୍ତ କମିଶନର ଭାବେ ବଦଳି କରାଯାଇଛି । ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢ଼ୀଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି ଓ ସେ ଅତରିକ୍ତ ଭାବେ ଟିଚର୍ସ ଟ୍ରେନିଂ ଆଣ୍ଡ ଏସସିଇଆରଟି ନିର୍ଦ୍ଦେଶକ ଭାବେ ମଧ୍ୟ କାର୍ଯ୍ୟ କରିବେ। ସେହିପରି ବରିଷ୍ଠ ଓଏଏସ୍ ବିରଂଚି ନାରାୟଣ ଦରୱାନଙ୍କୁ କଳାହାଣ୍ଡି ଜିଲ୍ଲା ପରିଷଦ ଅତିରିକ୍ତ ଏକଜ୍ୟୁଟିଭ ଅଫିସର ଭାବେ ବଦଳି ହୋଇଛି । ଓଏଏସ୍ ଟୁନା ମେହେରଙ୍କୁ କଳାହାଣ୍ଡି ଜିଲ୍ଲା ଥୂଆମୂଳ ରାମପୁର ଆଇଟିଡିଏ ପ୍ରକଳ୍ପ ଅଧିକାରୀ, ଓଏଏସ୍ ସୁରେନ୍ଦ୍ର ମେହେରଙ୍କୁ ସୁନ୍ଦରଗଡ଼ ଜିଲ୍ଲା ପରିଷଦ ଅତିରିକ୍ତ ଏକଜ୍ୟୁଟିଭ ଅଫିସର, ଓଏଏସ୍ ରାଖାଲ ଚନ୍ଦ୍ର ପରିଡ଼ାଙ୍କୁ ବାରିପଦା ମ୍ୟୁନିସପାଲଟିର ଏକଜ୍ୟୁଟିଭ ଅଫିସର ଏବଂ ଓଏଏସ୍ ଅଶୋକ କୁମାର ଲେଙ୍କାଙ୍କୁ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର ଭାବେ ବଦଳି କରାଯାଇଛି।






More Stories
ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ପରିଚୟ ପତ୍ର ବାଧ୍ୟତାମୂଳକ…..
ରାହୁଲଙ୍କ ସମେତ ୨୫ କଂଗ୍ରେସ ଏମ୍ପିଙ୍କୁ ଗୁଳି କରିବାକୁ ଧମକ……
୩୧ଟି ନୂଆ ଜିଲ୍ଲା ପାଇଁ ସରକାରଙ୍କୁ ପ୍ରସ୍ତାବ…..