ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସମ୍ବଲପୁର ଓକିଲ ଆନ୍ଦୋଳନ ପ୍ରସଙ୍ଗରେ ଆଜି ସୁପ୍ରିମ କୋର୍ଟ ଶୁଣାଣି କରି କଡ଼ା ଆଭିମୁଖ୍ୟ ପ୍ରକାଶ କରିଛନ୍ତି । ହାଇକୋର୍ଟ ବେଞ୍ଚ ସ୍ଥାପନ ହୋଇପାରିବନି ବୋଲି ସୁପ୍ରିମକୋର୍ଟ କହିଛନ୍ତି । ଓକିଲ ଆନ୍ଦୋଳନ ନେଇ କଡ଼ା ଅସନ୍ତୋଷ ପ୍ରକାଶ କରିବା ସହ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଆବେଦନକୁ ସମ୍ପୂର୍ଣ୍ଣ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ହାଇକୋର୍ଟ ବେଞ୍ଚ ଅନାବଶ୍ୟକ, କଣ ପାଇଁ ହୋଇପାରିବନି ସେ କଥା ମଧ୍ୟ କହିଛନ୍ତି । ଭୌଗୋଳିକ ସ୍ଥିତି ଓ ଟେକ୍ନୋଲୋଜି ପାଇଁ ବେଞ୍ଚ ଆବେଦନ ଖାରଜ ହୋଇଛି । କୋର୍ଟ କହିଛନ୍ତି ଯେ, ‘ଆଉ ବେଞ୍ଚ ପ୍ରତିଷ୍ଠାର କୌଣସି ଆଶା ନାହିଁ । ବେଞ୍ଚ ପ୍ରତିଷ୍ଠା ପାଇଁ ଯାହା ଟିକେ ଆଶା ଥିଲା, ଏଭଳି ଆଚରଣ ପରେ ତାହା ସମ୍ପୂର୍ଣ୍ଣ ମଉଳିଗଲା ।’ ଏହା ସହ ଓକିଲ ସଂଘଠାରୁ ବିସ୍ତୃତ ରିଜୋଲ୍ୟୁସନ ମାଗିଛନ୍ତି ସୁପ୍ରିମକୋର୍ଟ । ଆନ୍ଦୋଳନ ବନ୍ଦ ନେଇ ଓକିଲ ସଂଘ ବିସ୍ତୃତ ରିଜୋଲ୍ୟୁସନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି କଟକରୁ ହାଇକୋର୍ଟକୁ ଭୁବନେଶ୍ୱର ସ୍ଥାନାନ୍ତର ପ୍ରସଙ୍ଗରେ ଦାବି ଉଠିବା ପରେ ସୁପ୍ରିମକୋର୍ଟ କଡ଼ା ଟିପ୍ପଣୀ ରଖିଛନ୍ତି । କୋର୍ଟ କହିଛନ୍ତି ଯେ, ‘ମନଇଚ୍ଛା କୋର୍ଟ ସ୍ଥାନାନ୍ତର ଦାବି କଲେ ହୋଇପାରିବ ନାହିଁ ।’






More Stories
ଶିମିଳିପାଳରେ ହେବ ହେଲିପ୍ୟାଡ୍…..
ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର…..
ରାଜ୍ୟରେ ବଢିଛି ମୁଣ୍ଡପିଛା ଆୟ…..