Report Card Odisha

| Daily Odia News

ଆଜିଠାରୁ ମହାପ୍ରଭୁଙ୍କ ପାଖରେ ପହିଲି ଭୋଗ……

ରିପୋର୍ଟ କାର୍ଡ / ପୁରୀ

ଆଜି ପୌଷମାସ ଧନୁ ସଂକ୍ରାନ୍ତି। ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ। ଧନୁ ସଂକ୍ରାନ୍ତିଠୁ ଆସନ୍ତା ମକର ସକ୍ରାନ୍ତି ଯାଏଁ ମହାପ୍ରଭୁଙ୍କ ପାଖରେ ପହିଲି ଭୋଗ ଲାଗିବ। ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ହୋଇଛି। ଏହି ମାସ ମହାଲକ୍ଷ୍ମୀ ବାପ ଘରକୁ ଯିବାର ବିଧି ରହିଛି। ମହାପ୍ରଭୁଙ୍କ ପାଇଁ ମାସକ ଯାକ ମାତା ଯଶୋଦା ପହିଲି ଭୋଗ ପ୍ରସ୍ତୁତ କରିବେ। ବିଶେଷ ଭାବେ ବିଭିନ୍ନ ସୁସ୍ୱାଦୁ ଖାଦ୍ୟ ଏଥିରେ ରହିବ। ବଡ଼ ଝିଲି, ଦରସୁଆ ବଡ଼ି, ଦରସୁଆ ଝିଲି, ବଡ଼ବଡ଼ା, କାକେରା, ଲଡ଼ୁ ଗଜା ପ୍ରଭୃତି ରହିଛି।

Breaking News