ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କୋଭିଡ୍ ନିୟମ ମାନନ୍ତୁ ନଚେତ ‘ଭାରତ ଯୋଡ଼ୋ ଯାତ୍ରା’ ବାତିଲ କରନ୍ତୁ ବୋଲି ଜଣାଇ ମଙ୍ଗଳବାର ଦିନ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମଣ୍ଡାଭୀୟ ସାଂସଦ ରାହୁଲ୍ ଗାନ୍ଧୀ ଓ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହ୍ଲଟ୍ଙ୍କୁ ପତ୍ର ଲେଖିଛନ୍ତି।ଚୀନ୍ରେ କୋଭିଡ୍ ସଂକ୍ରମଣ ମାମଲା ଦ୍ରୁତ ବେଗରେ ବ୍ୟାପୁଥିବାରୁ ସ୍ବାସ୍ଥ୍ୟମନ୍ତ୍ରୀ ଆମ ଦେଶର ଜନସ୍ବାସ୍ଥ୍ୟ ଜରୁରୀ ପରିସ୍ଥିତି ପ୍ରତି ଦୃଷ୍ଟି ଦେଇ ସ୍ବାସ୍ଥ୍ୟମନ୍ତ୍ରୀ ଉକ୍ତ ପତ୍ର ଲେଖିଛନ୍ତି।ଯାତ୍ରା ସମୟରେ ମାସ୍କ ଓ ସାନିଟାଇଜର୍ ବ୍ୟବହାର ଉପରେ ସ୍ବାସ୍ଥ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିବା ସହିତ କହିଛନ୍ତି ଯେ, କେବଳ ଟିକା ନେଇଥିବା ଲୋକେ ଯାତ୍ରାରେ ଭାଗ ନେବା ଉଚିତ। କୋଭିଡ୍ ନିୟମ ମାନନ୍ତୁ ନତୁବା ଯାତ୍ରା ବାତିଲ କରନ୍ତୁ।






More Stories
ଦିଲ୍ଲୀ ବାୟୁ ପ୍ରଦୂଷଣ;ଗ୍ରାପ୍-୩ କଟକଣା ଲାଗୁ….
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….