ରିପୋର୍ଟ କାର୍ଡ /ନୂଆଦିଲ୍ଲୀ
ତାମିଲନାଡ଼ୁର ଥେନି ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟଛି । କୁମୁଲି ପାହାଡ଼ର ରାସ୍ତା ତଳକୁ ଏକ କାର୍ ଖସିପଡ଼ିବା ଫଳରେ ୮ଜଣଙ୍କ ମୃତ୍ୟୁ ହୋଇଛି । ୨ଜଣ ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । କାରଟି ୪୦ ଫୁଟ ଖାଇକୁ ଖସିପଡ଼ିବା ଯୋଗୁଁ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଯଣାକୁ ନେଇ ଥେନି ଜିଲ୍ଲାର ଜିଲ୍ଲାପାଳ କେ.ଭି ମୁରଲୀଧରନ୍ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଦୁର୍ଘଟଣାରେ ୮ଜଣଙ୍କ ମୃତ୍ୟୁ ହୋଇଛି । ଦୁଇ ଜଣ ଆହତ ହୋଇଛନ୍ତି । ଆହତ ମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।






More Stories
ଶରିଫ ଉସମାନଙ୍କ ହତ୍ୟା ପଛରେ ୟୁନୁସଙ୍କ ହାତ ଅଭିଯୋଗ……
ବଳାତ୍କାରୀଙ୍କୁ ଜାମିନ,ପୀଡ଼ିତାଙ୍କ ସହ ଅପରାଧୀ ଭଳି ବ୍ୟବହାର…..
ସାନ୍ତାଳୀ ଭାଷାରେ ସମ୍ବିଧାନ ପ୍ରକାଶ…..