ରିପୋର୍ଟ କାର୍ଡ / ଭୁବନେଶ୍ୱର
ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ରାଷ୍ଟ୍ରୀୟ ସମାରୋହରେ ଉପସ୍ଥିତ ରହିବେ। ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସାଧାରଣତନ୍ତ୍ର ଦିବସ-୨୦୨୩ ପାଳନର ସଂପର୍କରେ ବିଭାଗୀୟ ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ଅନୁଷ୍ଠିତ ହୋଇଯାଇଛି । ପ୍ରତିଟି ଭାରତୀୟଙ୍କ ପାଇଁ ବେଶ୍ ଗୁରୁତ୍ଵପୂର୍ଣ୍ଣ ଏହି ମହାନ ଦିବସ ସହ ସମସ୍ତଙ୍କ ଭାବାବେଗ ଜଡ଼ିତ ହୋଇଥିବାରୁ ଉତ୍ସବ ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ବ ଦେବାକୁ ପ୍ରମୁଖ ଶାସନ ସଚିବ ବୈଠକରେ ଗୁରୁତ୍ଵ ଦେଇଥିଲେ । ସୂଚନା ଓ ଲୋକସଂପର୍କ ବିଭାଗ ଦ୍ଵାରା ପ୍ୟାରେଡ୍ ଓ ପତାକା ଉତ୍ତୋଳନ ସ୍ଥାନଠାରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ, ପ୍ରଭାତରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ, ସାଧାରଣତନ୍ତ୍ର ଦିବସ ସଂପର୍କିତ ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧାପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବସ୍ଥଳର ସାଜସଜ୍ଜା, ନିମନ୍ତ୍ରିତ ଅତିଥ୍ୟ ଏବଂ ବିଶିଷ୍ଟ ଅତିଥିମାନଙ୍କ ଉପବେଶନ ବ୍ୟବସ୍ଥାରେ ବୈଠକରେ ବିସ୍ତୁତ ଆଲୋଚନା ହୋଇଥିଲା ।
More Stories
ରାଜ୍ୟରେ ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱବିଦ୍ୟାଳୟ…..
ଆସନ୍ତାକାଲି ଆସିବ ମହାରାଷ୍ଟ୍ର-ଝାଡ଼ଖଣ୍ଡ ନିର୍ବାଚନ ଫଳ…..
ଆଦାନୀ ଓଡ଼ିଶା ସରକାରଙ୍କୁ ଲାଞ୍ଚ ଦେଇଥିବା ଅଭିଯୋଗ….