Report Card Odisha

| Daily Odia News

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ଼……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ପୁଣିଥରେ ଜଣେ ସହକାରୀ ନିର୍ବାହୀ ଯନ୍ତ୍ରୀ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି । ଭବାନୀପାଟଣା ପୌର ସହକାରୀ ନିର୍ବାହୀ ଯନ୍ତ୍ରୀ ସମୀର ଠାକୁରଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ଜାଗାରେ ରେଡ୍ ଚାଲିଛି । ଚଢାଉରେ ୫ଟି ଡିଏସପି,୬ ଆଇଆଇସି ଓ ଅନ୍ୟ ଅଧିକାରୀ ସାମିଲ ହୋଇଛନ୍ତି। ନିକଟରେ ଗତକାଲି, ଜଗତସିଂହପୁର ଡେପୁଟି କଲେକ୍ଟର ଚିତ୍ତରଞ୍ଜନ ପିଲ୍ଲାଙ୍କ ଘରେ ଭିଜିଲାନ୍ସ ରେଡ୍ ପକାଇଥିଲା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘରେ ଚଢାଉ ହୋଇଥିଲା । ଏକ ସାଙ୍ଗରେ ୯ଟି ସ୍ଥାନରେ ରେଡ୍ ପଡିଛି । ଭୁବନେଶ୍ୱର, ବାଲେଶ୍ୱର, ସୋନପୁର, ଜଗତସିଂହପୁର, ଅଫିସ ସମେତ ପୈତୃକ ଘର ଓ ସମ୍ପର୍କୀୟଙ୍କ ଘରେ ରେଡ୍ କରାଯାଇଥିଲା।

 

Breaking News