ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୁରୁଷ ହକି ବିଶ୍ୱକପ ୨୦୨୩ ଭୁବନେଶ୍ୱର ଓ ରାଉରକେଲାରେ ବିଶ୍ୱକପର ସମସ୍ତ ମ୍ୟାଚ ଅନୁଷ୍ଠିତ ହେବ । ସହରଗୁଡ଼ିକର ଆକର୍ଷଣ, ସୁନ୍ଦରତା ତଥା ପରିଷ୍କାର ପରିଚ୍ଛନତାରେ ଯେପରି କୌଣସି ତ୍ରୁଟି ନରୁହେ, ସେଥିପ୍ରତି ପ୍ରଶାସନ ପକ୍ଷରୁ ଯଥାସମ୍ଭବ ପ୍ରୟାସ କରାଯାଉଛି । ତେବେ ଆସନ୍ତା ମାସ ୧୧ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ହକି ବିଶ୍ୱକପର ଉଦଘାଟନୀ ଉତ୍ସବ ଆୟୋଜିତ ହେବ । ଆସନ୍ତା କାଲି ଦିନ ୧୨ଟାରୁ ଉଦଘାଟନୀ ଉତ୍ସବର ଟିକେଟ ଅନଲାଇନରେ ମିଳିବ । ଦର୍ଶକମାନେ କେବଳ ଅନଲାଇନ୍ ମାଧ୍ୟମରେ ଟିକେଟ ବୁକିଂ କରିପାରିବେ । ସୂଚନା ଅନୁସାରେ- ଚଳିତ ବିଶ୍ୱକପରେ ମୋଟ ୧୬ଟି ଟିମ୍ ଅଂଶଗ୍ରହଣ କରିବାକୁ ଥିବାବେଳେ ମୋଟ ୪୪ଟି ମ୍ୟାଚ ଖେଳାଯିବ । କଳିଙ୍ଗ ଷ୍ଟାଡିୟମରେ ୧୫ ହଜାର ଦର୍ଶକ ବସିବାର କ୍ଷମତା ରହିଥିବା ବେଳେ ସେଠାରେ ୨୪ଟି ମ୍ୟାଚ ଖେଳାଯିବ । ଅନ୍ୟପକ୍ଷରେ ବିର୍ସା ମୁଣ୍ଡା ଷ୍ଟାଡିୟମରେ ୨୦ ହଜାର ଦର୍ଶକ ବସିବାର କ୍ଷମତା ରହିଥିବା ବେଳେ ସେଠାରେ ୨୦ଟି ମ୍ୟାଚ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି ।






More Stories
ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କବାଦୀ…..
ଅବହେଳା କଲେ ନାମଲେଖା ବନ୍ଦ…..
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..