ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁଗୁଳ ଗସ୍ତକରି ୨୪ଟି ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି। ମିଶନ ଶକ୍ତିର ମହିଳାମାନଙ୍କ ପାଇଁ ୨୪୨ କୋଟିର ଋଣ ଡିଜିଟାଲ୍ ଲଞ୍ଚିଂ କରିଛନ୍ତି। ଏହାଦ୍ବାରା ୭୫ ହଜାରରୁ ଅଧିକ ମହିଳା ଉପକୃତ ହେବେ। ଅନୁଗୁଳ ଷ୍ଟାଡିୟମରେ ଆୟୋଜିତ ସଭାରେ ଏସଏଚଜି ସଦସ୍ୟାମାନେ ମୁଖ୍ୟମନ୍ତ୍ରୀ ସ୍ୱାଗତ କରିଥିଲେ। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସଂଗ୍ରାମ ଏମାଟିକୁ ଗୌରବାନ୍ବିତ କରିଛି। ଶିଳ୍ପ କ୍ଷେତ୍ରରେ ଅନୁଗୁଳ ଜିଲ୍ଲା ଢେର୍ ଆଗୁଆ। ଏହାର ବିକାଶ ଲାଗି ୮୦୦ କୋଟି ଟଙ୍କା ବିନିଯୋଗ କରାଯିବ। ଜିଲ୍ଲାର ୪୮ ଟି ପଞ୍ଚାୟତର ପାନୀୟ ଜଳଯୋଗାଣ ଲାଗି ସରକାର ୩୫୦ କୋଟିର ବ୍ୟବସ୍ଥା କରିଛନ୍ତି। ଏହାକୁ ରାଜ୍ୟ କ୍ୟାବିନେଟରେ ମଞ୍ଜୁରି ମିଳିଛି। ଅନୁଗୁଳ ଓ ବଅଁରପାଳ ବ୍ଲକ୍ର ଲୋକମାନଙ୍କ ପାନୀୟ ଜଳ ସୁବିଧା ପାଇଁ ଦୁଇଟି ମେଗା ପ୍ରକଳ୍ପ ପ୍ରତିଷ୍ଠା ହେବ। ଏହାଦ୍ବାରା ଅନୁଗୁଳର ୧ ଲକ୍ଷ ୬୬ ହଜାର ଓ ବଅଁରପାଳର ୭୦ ହଜାର ଲୋକ ଉପକୃତ ହେବେ। ଉଭୟ ପ୍ରକଳ୍ପ ପାଇଁ ସମୁଦାୟ ୩୫୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ୨୪ ମାସ ଭିତରେ ଉଭୟ ପ୍ରକଳ୍ପ ଶେଷ କରାଯାଇ ଲୋକଙ୍କୁ ପାଣି ଯୋଗାଇ ଦିଆଯିବ। ଏହାଛଡ଼ା ମିଶନ ଶକ୍ତିର ମହିଳାମାନଙ୍କ ପାଇଁ ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଟଙ୍କା ଋଣର ବ୍ୟବସ୍ଥା କରାଯାଉଛି। ଏହି କାର୍ଯ୍ୟକ୍ରମରେ ଉପବାଚସ୍ପତି ରଜନୀକାନ୍ତ ସିଂହ, ଢେଙ୍କାନାଳ ସାଂସଦ ମହେଶ ସାହୁ ପ୍ରମୁଖ ଉଦବୋଧନ ଦେଇଥିଲେ।






More Stories
ସ୍ୱତନ୍ତ୍ର ଟ୍ରେନରେ ରାଷ୍ଟ୍ରପତି ଙ୍କ ବ୍ରହ୍ମପୁର ଗସ୍ତ…..
ଭୁବନେଶ୍ୱରରେ ରାଷ୍ଟ୍ରପତି……
ରାଜଧାନୀରେ ଭଙ୍ଗାଯିବ ସମସ୍ତ ବେଆଇନ ନିର୍ମାଣ…..