ରିପୋର୍ଟ କାର୍ଡ / ଭୁବନେଶ୍ୱର
ଇଣ୍ଡିଆନ ରେଲୱେ ଟ୍ରାଫିକ ସର୍ଭିସ ଅଫିସର ମନୋଜ କୁମାର ମିଶ୍ର ଚାକିରୀରୁ ଇସ୍ତଫା ଦେଇଛନ୍ତି । ତାଙ୍କର ଇସ୍ତଫାକୁ ରାଷ୍ଟ୍ରପତି ସ୍ୱୀକାର କରିଥିବା ନେଇ ଗତକାଲି କେନ୍ଦ୍ର ରେଳ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ତେବେ ଶ୍ରୀ ମିଶ୍ର ରେଳବାଇ ସେବାରୁ ଇସ୍ତଫା ଦେଇଥିଲେ ମଧ୍ୟ ଓଡ଼ିଶା ସରକାରଙ୍କ ବିଭିନ୍ନ ସଚିବ ପଦବୀରେ କାର୍ଯ୍ୟ କରିବେ ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁସାରେ, ବର୍ତ୍ତମାନ ୧୯୯୯ ବ୍ୟାଚ୍ ଆଇଆରଟିଏସ୍ ମନୋଜ କୁମାର ମିଶ୍ର ଏବେ ମୁଖ୍ୟମନ୍ତ୍ରୀଙ୍କ ଓଏସଡି,ବାଣିଜ୍ୟ ଓ ପରିବହନ ବିଭାଗର ସ୍ୱତନ୍ତ୍ର ସଚିବ, ରେଳ କୋଅର୍ଡିନେସନ କମିଶନର, ରାଜ୍ୟ ଆଇଟି ସଚିବ ଓ ଓକାକ୍ ଚେୟାରମ୍ୟାନ୍ ଭାବେ କାର୍ଯ୍ୟରତ ଅଛନ୍ତି ।






More Stories
ଅସ୍ତ୍ର ବିରତି ସତ୍ତ୍ବେ ଇସ୍ରାଏଲର ଆକ୍ରମଣ ଜାରି….
ସାରା ରାଜ୍ୟ ଉପରେ ରହିବ ସରକାରଙ୍କ ନଜର….
ଆଜି ଆସାମ,କେରଳ ଓ ପୁଡୁଚେରୀ ନିର୍ବାଚନ…..