ରିପୋର୍ଟ କାର୍ଡ / ନୂଆଦିଲ୍ଲୀ /ଭୁବନେଶ୍ୱର
ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି । ଟ୍ୱିଟରେ ସେ ଲେଖିଛନ୍ତି ଦେଶ ତଥା ଦେଶ ବାହାରେ ରହୁଥିବା ମୋର ସମସ୍ତ ଭାରତୀୟ ମାନଙ୍କୁ ନବବର୍ଷର ହାର୍ଦ୍ଦିକ ଶୁଭେଚ୍ଛା । ଏହି ବର୍ଷ ସମସ୍ତଙ୍କ ପାଇଁ ଶୁଭଫଳଦାୟୀ ହେଉ। ଏହା ସହିତ ଆମେ କିପରି ଦେଶର ଉନ୍ନତି ଆଉ ପ୍ରଗତିରେ ଆମର ସହଯୋଗ ଦେଇ ପାରିବା ସେହି ଦିଗରେ ଆସନ୍ତୁ କାର୍ଯ୍ୟ କରିବା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କ ନୂଆ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି । ମୋଦୀ ତାଙ୍କ ଟ୍ୱିଟର ପେଜରେ ଏ ଲାଗି ଏକ ଅଭିବାଦନ ପୋଷ୍ଟ କରିଛନ୍ତି । ଏହା ସହିତ ସେ ଲେଖିଛନ୍ତି ନୂତନ ବର୍ଷ ସମସ୍ତଙ୍କ ପାଇଁ ସୁଖମୟ ହେଉ । ସମସ୍ତଙ୍କର ସ୍ୱାସ୍ଥ୍ୟ ଭଲ ରହୁ । ସେହିପରି ଇଂରାଜୀ ନବବର୍ଷ ୨୦୨୩ର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ ଯୋଗେ କହିଛନ୍ତି ଯେ, ନୂଆବର୍ଷରେ ସମସ୍ତଙ୍କୁ ଶୁଭେଚ୍ଛା । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ରାଜ୍ୟର ପ୍ରଗତି ସହ ନୂଆବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି, ସମୃଦ୍ଧି ଓ ସୁଯୋଗ, ସମ୍ଭାବନାର ବର୍ଷ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।






More Stories
ମଣ୍ଡି ଦାୟିତ୍ଵରେ ରହିବେ ମନ୍ତ୍ରୀ…..
ଡଲାର ତୁଳନାରେ ୯୦କୁ ଖସିଲା ଟଙ୍କା…..
ଷ୍ଟାଡିୟମ ଭିତରକୁ ପାଣି ବୋତଲ, କଏନ,କଲମ ମନା…..