ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲା ଗସ୍ତରେ ଯାଇ ଅନ୍ତର୍ଜାତୀୟ ସ୍ତରର ସର୍ବ ବୃହତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମର ଉଦ୍ଘାଟନ କରିବେ । ଏଥିସହ ସୁନ୍ଦରଗଡ଼ରେ ନିର୍ମିତ ହୋଇଥିବା ମେଡ଼ିକାଲ କଲେଜର ଉଦ୍ଘାଟନ କରିବା ନେଇ କାର୍ଯ୍ୟକ୍ରମ ରହିଛି । ସୂଚନାଯୋଗ୍ୟ ଯେ, ହକି ବିଶ୍ୱକପ୍ ପୂର୍ବରୁ ରାଉରକେଲା ସହରରେ ମୋ ବସ୍ ସେବାର ଶୁଭାରମ୍ଭ ମଧ୍ୟ କରିବେ ମୁଖ୍ୟମନ୍ତ୍ରୀ । ଷ୍ଟାଡିୟମରେ ରହୁଥିବା ଖେଳାଳିମାନଙ୍କ ସହ ମୁଖ୍ୟମନ୍ତ୍ରୀ ଭାବ ବିନିୟମ କରିବେ । ଡିଏଭି ପୋଖରୀ ନିକଟରେ ରାଉରକେଲା ସହର ତଥା ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ କରିବେ । ଏହି ସବୁ ପ୍ରକଳ୍ପର ୧୧୦୦ କୋଟି ଟଙ୍କା ବିନିଯୋଗ କରାଯାଇଥିବା ସୂଚନା ମିଳିଛି |






More Stories
ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ପରିଚୟ ପତ୍ର ବାଧ୍ୟତାମୂଳକ…..
ରାହୁଲଙ୍କ ସମେତ ୨୫ କଂଗ୍ରେସ ଏମ୍ପିଙ୍କୁ ଗୁଳି କରିବାକୁ ଧମକ……
୩୧ଟି ନୂଆ ଜିଲ୍ଲା ପାଇଁ ସରକାରଙ୍କୁ ପ୍ରସ୍ତାବ…..