Report Card Odisha

| Daily Odia News

ଜାଣନ୍ତୁ ସାପ୍ତାହିକ ରାଶିଫଳ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ: ରବିବାର ଓ ସୋମବାର ଅସୁସ୍ଥତା ଦେଖାଦେବ। ମଙ୍ଗଳବାର ଓ ବୁଧବାର କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଅାୟ ବୃଦ୍ଧି ହେବ। ଗୁରୁବାର ଓ ଶୁକ୍ରବାର ପିଲାଙ୍କୁ ନେଇ ଚିନ୍ତା ପ୍ରକଟିତ ହେବ। ଶନିବାର ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀସୁନ୍ଦରାକାଣ୍ଡ ପାଠ କରନ୍ତୁ ଓ ଗରିବଙ୍କୁ ଅନ୍ନଦାନ କରନ୍ତୁ।

ବୃଷ: ରବିବାର ଓ ସୋମବାର ସାମାଜିକ ପ୍ରତିଷ୍ଠା ଲାଭହେବ। ମଙ୍ଗଳବାର ଓ ବୁଧବାର ଯାନବାହନ ଜନିତ ସମସ୍ୟା ଦେଖାଦେଇପାରେ। ସାମାନ୍ୟ ଆହତ ହୋଇପାରେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ପାରିବାରିକ ଶାନ୍ତି ଲାଭ ହେବ। ସୁସ୍ବାଦୁ ଭୋଜନ ପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶିବଙ୍କ ସହସ୍ରନାମ ପାଠ କରନ୍ତୁ।

ମିଥୁନ: ରବିବାର ଓ ସୋମବାର ନକାରାତ୍ମକ ଚିନ୍ତାଧାରା ବୃଦ୍ଧି ଘଟିବ। ମଙ୍ଗଳବାର ବୁଧବାର ଜମିବାଡ଼ି ଗଣ୍ଡଗୋଳ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଭାବିଚିନ୍ତି କାର୍ଯ୍ୟ କରିବେ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଗଣେଶଙ୍କ ସହସ୍ରନାମ ପାଠ କରନ୍ତୁ।

କର୍କଟ: ରବିବାର ଓ ସୋମବାର କର୍ମ ଅନୁରୂପ ଫଳପ୍ରାପ୍ତି ହେବ। ମଙ୍ଗଳବାର ଓ ବୁଧବାର ମାଆଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତା ପ୍ରକଟିତ ହେବ। ଗୁରୁବାର ଓ ଶୁକ୍ରବାର ନୂତନ ବନ୍ଧୁ ଲାଭ ହେବ। ଶନିବାର ଶତ୍ରୁଠାରୁ ଦୂରେଇ ରହିବା ଭଲ। ମହିଳା ଓ ବିଦ୍ୟାର୍ଥୀ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଭୁବନେଶ୍ବରୀଙ୍କ ମନ୍ତ୍ର ଜପ କରନ୍ତୁ।

ସିଂହ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଦୂରଯାତ୍ରା କରିପାରନ୍ତି। ସମୟ ଅନୁକୂଳ ରହିବ। ବୁଧବାର ଓ ଗୁରୁବାର କର୍ମପ୍ରବଣତା ପ୍ରକାଶିତ ହେବ। ଶୁକ୍ରବାର ଓ ଶନିବାର ମାଲିମକଦ୍ଦମାର ସମ୍ମୁଖୀନ ହେବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ମହିଳା ଓ ବିଦ୍ୟାର୍ଥୀ ଭାବିଚିନ୍ତି କାର୍ଯ୍ୟ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।

କନ୍ୟା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଲାଭବାନ ହେବେ। ଯାତ୍ରା ଅନୁକୂଳ ଫଳ ପ୍ରଦାନ କରିବ। ବୁଧବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ପରିଶ୍ରମ ଅନୁସାରେ ଫଳପ୍ରାପ୍ତି ହେବେ। ଶନିବାର ପ୍ରତିଷ୍ଠା ଲାଭ କରିବେ। ବ୍ୟବସାୟରେ ଲାଭବାନ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ତତ୍‌ପୁରୁଷାୟ ବିଦ୍ମହେ ମହାଦେବାୟ ଧୀମହି ତନ୍ନୋରୁଦ୍ର ପ୍ରଚୋଦୟାତ୍‌ ମନ୍ତ୍ର ଜପ କରନ୍ତୁ।

ତୁଳା: ରବିବାର ଓ ସୋମବାର କୌଣସି କାର୍ଯ୍ୟରେ ଅଯଥା ହସ୍ତକ୍ଷେପ କରନ୍ତୁ ନାହିଁ। ମଙ୍ଗଳବାର ଓ ବୁଧବାର ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଜଗିରଖି ଚଳିବା ଆବଶ୍ୟକ। ସାମାନ୍ୟ ଆଘାତ ଲାଗିପାରେ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀବିଷ୍ଣୁସହସ୍ରନାମ ପାଠ କରନ୍ତୁ।

ବିଛା: ରବିବାର ଓ ସୋମବାର ବନ୍ଧୁଙ୍କ ସହଯୋଗ ଲାଭ କରିବେ। ଜମିବାଡ଼ି କ୍ରୟ ପାଇଁ ଯୋଜନା କରିପାରନ୍ତି। ମଙ୍ଗଳବାର ଓ ବୁଧବାର ଦୁର୍ଘଟଣା ଜନିତ ସମସ୍ୟା ଦେଖାଦେବ। ଗୁରୁବାର ଓ ଶୁକ୍ରବାର ପ୍ରେମରେ ସଫଳ ହେ​‌େ​‌ବ। ଶନିବାର ଅସୁସ୍ଥତା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପ୍ରାପ୍ତ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ବଗଳାମୁଖୀ କବଚ ପାଠ କରନ୍ତୁ।

ଧନୁ: ରବିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଭାଗ୍ୟବାଦୀ​‌ ହେବେ। ଦାମ୍ପତ୍ୟରେ ଆନନ୍ଦଲାଭ କରିବେ। ବୁଧବାର ଓ ଗୁରୁବାର କର୍ମକ୍ଷେତ୍ରରେ ଲାଭବାନ ହେବେ। ଘର ପାଇଁ ଯୋଜନା ପ୍ରସ୍ତୁତ କରିବେ। ଶୁକ୍ରବାର ଓ ଶନିବାର ପ୍ରତିଯୋଗିତାରେ ବିଜୟୀ ହେବେ। ମହିଳା ଓ ବିଦ୍ୟାର୍ଥୀ କର୍ମ ଅନୁସାରେ ଫଳପ୍ରାପ୍ତି ହେବ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗାଷ୍ଟକ ପାଠ କରନ୍ତୁ।

ମକର: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଯଶ, ମାନ, ଗୌରବ ବୃଦ୍ଧି ହେବ। ବୁଧବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଶନିବାର ହାତେ ମାପି ଚାଖଣ୍ଡେ ଚାଲିବା ଭଲ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ମା’ କାଳୀଙ୍କ ସହସ୍ରନାମ ପାଠ କରନ୍ତୁ।

କୁମ୍ଭ: ରବିବାର ଓ ସୋମବାର ପାରିବାରିକ ଅଶାନ୍ତି ଦେଖାଦେଇପାରେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଆନନ୍ଦ ଲାଭ କରିବେ। ନୂତନ କାର୍ଯ୍ୟରେ ଯୋଗଦେବେ। ଶୁକ୍ରବାର ଓ ଶନିବାର ସ୍ତ୍ରୀହେତୁକ ଧନପ୍ରାପ୍ତି ହେବ। ଦାମ୍ପତ୍ୟରେ ଆନନ୍ଦ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ଯଶଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ।

ମୀନ: ରବିବାର ଓ ସୋମବାର ଖର୍ଚ୍ଚାନ୍ତର ସମ୍ମୁଖୀନ ହେବେ। ମଙ୍ଗଳବାର ଓ ବୁଧବାର ସମସ୍ୟା ସମାଧାନରେ ବ୍ରତୀ ହେବେ। ଆନନ୍ଦ ଉଲ୍ଲାସରେ ସମୟ ବିତିବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ବ୍ୟବସାୟରେ ଲାଭବାନ ହେବେ। ଗୁରୁଜନଙ୍କ ଆଶୀର୍ବାଦ ଲାଭହେବ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀତାରା କବଚ ପାଠ କରନ୍ତୁ।

Breaking News