ରିପୋର୍ଟ କାର୍ଡ / ଭୁବନେଶ୍ବର
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୪ଟି ଜିଲ୍ଲାରେ ୫ଟି ଉଚ୍ଚକ୍ଷମତା ସମ୍ପନ୍ନ ଗ୍ରୀଡ ସବ୍ଷ୍ଟେସନ ଉଦ୍ଘାଟନ କରିଛନ୍ତି। ଏଥିପାଇଁ ୨୫୪ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହି ସ୍ଥାନଗୁଡିକ ହେଲା ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁ, ମାଲକାନଗିରିର କାଲିମେଳା, ସୁବର୍ଣ୍ଣପୁରର ବୀରମହାରାଜପୁର ଓ କଟକ ଜିଲ୍ଲାର ଗୋଡିସାହି ଓ ବହୁଗ୍ରାମ। ଏହାଦ୍ବାରା ଏହି ୪ଟି ଜିଲ୍ଲାର ୨ ଲକ୍ଷ ଲୋକ ଉପକାର ପାଇବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜନସାଧାରଣଙ୍କ ଜୀବନଧାରଣ ମାନରେ ଉନ୍ନତି ପାଇଁ ଉତ୍ତମ ବିଦ୍ୟୁତଶକ୍ତିର ଆବଶ୍ୟକତା ରହିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟରେ ବିଦ୍ୟୁତ ସଂପ୍ରସାରଣ ଓ ଆବଣ୍ଟନ ଭିତ୍ତିଭୂମିର ବିକାଶ ଉପରେ ସ୍ବତନ୍ତ୍ର ଧ୍ୟାନ ଦେଉଛନ୍ତି। ଭିଡିଓ କନ୍ଫରେନ୍ସିଂ ଜରିଆରେ ଉଦ୍ଘାଟନ କରି ଉପସ୍ଥିତ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି କି କୃଷି, ଶିଳ୍ପ ଓ ସାଧାରଣ ଜୀବନଯାପନ ସବୁ କ୍ଷେତ୍ରରେ ଉତ୍ତମ ଓ ନିରବଚ୍ଛିନ୍ନ ବିଦ୍ୟୁତର ଆବଶ୍ୟକତା ରହିଛି । ବିଜୁଳି ଶକ୍ତି ଆମ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ। ତେଣୁ ଏହାକୁ ଅଯଥାରେ ନଷ୍ଟ ନ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି |
More Stories
ହଟିଲା ବିଧାନସଭାରେ ସାମ୍ବାଦିକଙ୍କ ଉପରେ ଲାଗିଥିବା କଟକଣା……
ହୋଲି ପାଇଁ ଆସିଲା ଗାଇଡ୍ଲାଇନ୍…..
ଖୁବ୍ ଶୀଘ୍ର ମିଳିବ ଗହମ: ମନ୍ତ୍ରୀ……