ରିପୋର୍ଟ କାର୍ଡ / କଟକ
ମଧୁପାଟଣା ଥାନା ଅନ୍ତର୍ଗତ ଶ୍ରୀରାମ ନଗରରେ ମାଆ ଓ ପୁଅଙ୍କ ମୃତ୍ୟୁ ଘଟଣାରେ ପୋଲିସ ସ୍ବାମୀ ସନ୍ତୋଷ ଖୁଣ୍ଟିଆଙ୍କୁ ଗିରଫ କରିଛି | ଶିଳ୍ପୀଙ୍କ ପରିବାରର ଅଭିଯୋଗକ୍ରମେ ସନ୍ତୋଷ ଖୁଣ୍ଟିଆଙ୍କୁ ଗିରଫ କରାଯାଇଛି । ଆଜି ତାଙ୍କୁ କୋର୍ଟଚାଲାଣ କରାଯିବ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ, ଗତକାଲି କଟକ ଶ୍ରୀରାମ ନଗର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଥିଲା । ସାବତ ମା ଶିଳ୍ପୀ ଖୁଣ୍ଟିଆ ୨ବର୍ଷର ପୁଅକୁ ମାରି ନିଜେ ଆତ୍ମହତ୍ୟା କରିଥିଲେ । ସୂଚନା ଅନୁସାରେ- ମହିଳା ଜଣକ ହେଉଛନ୍ତି ନେତାଜୀ ନଗର ଅଞ୍ଚଳର ଶିଳ୍ପୀ ଖୁଣ୍ଟିଆ। ସେ ଗତ ବର୍ଷ ସାଲେପୁର ଅଞ୍ଚଳର ସନ୍ତୋଷ ଖୁଣ୍ଟିଆଙ୍କୁ ବିବାହ କରିଥିଲେ। ତେବେ ଉଭୟଙ୍କ ମଧ୍ୟରେ ପୂର୍ବରୁ ପାରିବାରିକ ବିବାଦ ରହିଥିଲା। ତେବେ ଦୀର୍ଘ ସମୟ ଧରି କବାଟ ବନ୍ଦ ରହିଥିଲା। କବାଟ ଭାଙ୍ଗିବା ପରେ ଉଭୟଙ୍କୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ସାବତ ପୁଅ ପ୍ରାୟ ଦୁଇ ବର୍ଷର ହେବ ଏବଂ ତାର ବେକରେ ଗଭୀର କ୍ଷତ ରହିଥିଲା। ମହିଳା ଜଣକ ନିଜ ଚୁନିରେ ଝୁଲି ଆତ୍ମହତ୍ୟା କରିଛନ୍ତି । ଏବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି।
More Stories
ହଟିଲା ବିଧାନସଭାରେ ସାମ୍ବାଦିକଙ୍କ ଉପରେ ଲାଗିଥିବା କଟକଣା……
ହୋଲି ପାଇଁ ଆସିଲା ଗାଇଡ୍ଲାଇନ୍…..
ଖୁବ୍ ଶୀଘ୍ର ମିଳିବ ଗହମ: ମନ୍ତ୍ରୀ……