ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ କାର୍ଯ୍ୟକାଳ ୨୦୨୪ ଜୁନ୍ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି | ବିଜେପି କାର୍ଯ୍ୟକାରିଣୀ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଏନେଇ ଆଜି ଗୃହମନ୍ତ୍ରୀ ଅମିତ ଶାହା ଘୋଷଣା କରିଛନ୍ତି । ଅମିତ ଶାହା କହିଛନ୍ତି ଯେ ଜାତୀୟ କାର୍ଯ୍ୟକାରିଣୀରେ ଜେପି ନଡ୍ଡାଙ୍କ ନାମରେ ପ୍ରସ୍ତାବ ଆସିଥିଲା । କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏହି ପ୍ରସ୍ତାବ ରଖିଥିଲେ ଓ ସମସ୍ତ ବିଜେପି ସଦସ୍ୟ ଏହାକୁ ଗ୍ରହଣ କରିଥିଲେ । ୨୦୨୪ରେ ଦେଶରେ ସାଧାରଣ ନିର୍ବାଚନ ହେବାକୁ ଥିବାରୁ ବିଜେପି ନଡ୍ଡାଙ୍କ ଅଧିନରେ ନିର୍ବାଚନ ଲଢିବ ବୋଲି ସ୍ପଷ୍ଟ କରିଦେଇଛି ।






More Stories
ଭରଣପୋଷଣ ଦୟା ନୁହେଁ,ସ୍ତ୍ରୀଙ୍କ ଅଧିକାର…..
କ୍ଷମା ମାଗିଲେ ଅଶ୍ୱିନ ବୈଷ୍ଣବ……
ଫ୍ଲାଟ ମୂଲ୍ୟରୁ ହଟିଲା ପାର୍କିଂ ଚାର୍ଜ…..