ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ହକି ଫିଭର ଜାରିରହିଛି। ଭାରତ ଖେଳୁଥିବା ମ୍ୟାଚର ଟିକେଟ ପାଇବାକୁ ପ୍ରବଳ ପ୍ରତିଯୋଗିତା | ଏପରି ସୁଯୋଗରେ ଅନଲାଇନ୍ରେ ଚଢ଼ା ଦାମରେ ଟିକେଟ ବିକ୍ରି କରି ମାଲେମାଲ ହେଉଥିବା ୫ ଜଣଙ୍କୁ ଶହୀଦ ନଗର ଥାନା ପୋଲିସ ଗିରଫ କରିଛି । ଏହି କଳାବଜାରୀମାନେ ୧୦୦ ଟଙ୍କାର ଟିକେଟକୁ ହଜାରେ ଟଙ୍କା, ୨ ଶହ ଟିକଟକୁ ୨ ହଜାର ଓ ୫ ଶହ ଟଙ୍କାର ଟିକଟକୁ ୪ ହଜାର ଟଙ୍କାରେ ବିକ୍ରି କରୁଥିଲେ । ଏହା ଜାଣି ସେମାନଙ୍କୁ ଧରିବାକୁ ଜାଲ ବିଛାଇଲା ପୋଲିସ । ଆଉ ଜାଲ୍ରେ ପଡ଼ି ଏବେ ପୋଲିସ କବଜାରେ ଅଛନ୍ତି ଏହି ୫ କଳାବଜାରୀ। ସୋଶାଲ ମିଡିଆ ପ୍ଲାଟଫର୍ମକୁ ବ୍ୟବହାର କରୁଥିଲେ। ମ୍ୟାଚ ଦେଖିବାକୁ ଆଗ୍ରହୀ ଲୋକେ କଲ୍ କଲେ ସେମାନେ ନିର୍ଦ୍ଦିଷ୍ଟ ଜାଗାକୁ ଡାକୁଥିଲେ। ଏହାପରେ ଟଙ୍କା ନେଇ ଟିକେଟ ଦେଉଥିଲେ।
More Stories
ମହାକୁମ୍ଭରେ ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ…..
ଅମିତ ଶାହଙ୍କ”ଗୁଣ୍ଡାରାଜ”,ଆପ୍ କର୍ମୀମାନଙ୍କୁ ଆକ୍ରମଣ….
ଭୋଟ୍ ଦେଲେ ରାଷ୍ଟ୍ରପତି,୯ ଟା ସୁଦ୍ଧା ୮.୧୦ ପ୍ରତିଶତ ମତଦାନ…..