ରିପୋର୍ଟ କାର୍ଡ / ଭୁବନେଶ୍ବର
ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସମସ୍ତ ସରକାରୀ କର୍ମଚାରୀ ଜାନୁଆରି ଶେଷ ସୁଦ୍ଧା ସମ୍ପତ୍ତି ତାଲିକା ଦାଖଲ କରିବାକୁହେବ | ନକଲେ ଫେବ୍ରୁଆରି ମାସର ଦରମା ବନ୍ଦ ହୋଇଯିବ ବୋଲି ଚେତାବନୀ ଦେଇଛନ୍ତି ହସ୍ତତନ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢ଼ୀ। ଚିଠିରେ ଶ୍ରୀ ପାଢ଼ୀ ଜଣାଇଛନ୍ତି ଯେ, ଅନ୍ଲାଇନ୍ରେ ନିର୍ଦ୍ଧାରିତ ଫର୍ମାଟରେ ଏଚ୍ଆର୍ଏମ୍ଏସ୍ ପୋର୍ଟାଲରେ ସମସ୍ତ କର୍ମଚାରୀ ସମ୍ପତ୍ତି ତାଲିକା ଦାଖଲ କରିବେ। ଏହି ନିର୍ଦ୍ଦେଶନାମା ବିଭାଗର କେନ୍ଦ୍ରୀୟ ସେବା ଓ ସର୍ବଭାରତୀୟ ସେବାର ପଦାଧିକାରୀମାନଙ୍କ ନିମନ୍ତେ ମଧ୍ୟ ପ୍ରଯୁଜ୍ୟ ବୋଲି ଡ. ପାଢ଼ୀ ସ୍ପଷ୍ଟ କରିଛନ୍ତି। ଓଡ଼ିଶା ରାଜ୍ୟ ସରକାରୀ କର୍ମଚାରୀ ଆଚରଣ(ସଂଶୋଧନ) ନିୟମ ୨୦୨୧ ଅନୁସାରେ ସମସ୍ତ କର୍ମଚାରୀ ବାର୍ଷିକ ସମ୍ପତ୍ତି ତାଲିକା ଦାଖଲ କରିବା ବାଧ୍ୟତାମୂଳକ। ପଦୋନ୍ନତି ନିମନ୍ତେ ଏହି ସମ୍ପତ୍ତି ତାଲିକା ଦାଖଲ ମଧ୍ୟ ଜରୁରୀ। ଏଥିପୂର୍ବରୁ କୃଷି ବିଭାଗ କର୍ମଚାରୀମାନଙ୍କୁ ମଧ୍ୟ ଜାନୁଆରି ଶେଷ ସୁଦ୍ଧା ସମ୍ପତ୍ତି ତାଲିକା ଦାଖଲ ପାଇଁ ବିଭାଗୀୟ ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢ଼ୀ କହିଛନ୍ତି।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ