Report Card Odisha

| Daily Odia News

ସମ୍ଭବ ମିଶ୍ରଙ୍କୁ ରାଷ୍ଟ୍ରୀୟ ବାଲ୍ ପୁରସ୍କାର…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଓଡ଼ିଶାର ସମ୍ଭବ ମିଶ୍ରଙ୍କୁ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରୀୟ ବାଲ୍ ପୁରସ୍କାର-୨୦୨୩ରେ ସମ୍ମାନିତ କରିଛନ୍ତି। ସମ୍ଭବଙ୍କୁ କଳା ଓ ସଂସ୍କୃତି ବର୍ଗରେ ପୁରସ୍କାର ପ୍ରଦାନ କରାଯାଇଛି। ସୋମବାର ଦିନ ରାଷ୍ଟ୍ରପତି ସମ୍ଭବଙ୍କ ସମେତ ଦେଶର ୧୧ ଜଣ ବାଳକ ଓ ବାଳିକାଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର-୨୦୨୩ରେ ପୁରସ୍କୃତ କରିଥିଲେ। ପୁରସ୍କାର ବାବଦରେ ପ୍ରତ୍ୟେକଙ୍କୁ ଏକ ଲକ୍ଷ ଟଙ୍କାର ଅର୍ଥ ରାଶି, ମେଡାଲ ଏବଂ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଚଳିତ ବର୍ଷ କଳା ଓ ସଂସ୍କୃତି କ୍ଷେତ୍ରରେ ୪ ଜଣ, କ୍ରୀଡ଼ା ପାଇଁ ୩ ଜଣ, ନବସୃଜନ ପାଇଁ ୨ ଜଣ, ସମାଜସେବା ଏବଂ ବୀରତ୍ବ କ୍ଷେତ୍ରରେ ଜଣେ ଲେଖାଏଁ ପୁରସ୍କୃତ ହୋଇଛନ୍ତି। ପୁରସ୍କୁତ ୧୧ ଜଣ ବାଳକବାଳିକା ୧୧ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଂଚଳର। ଆସନ୍ତାକାଲି ଏମାନଙ୍କ ସହ ପ୍ରଧାନମନ୍ତ୍ରୀ ଭାବ ବିନିମୟ କରିବେ। ଆଜି ବିଜ୍ଞାନ ଭବନରେ ଅନୁଷ୍ଠିତ ପୁରସ୍କାର ପ୍ରଦାନ ସମାରୋହରେ କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ସ୍ମୃତି ଜୁବିନ ଇରାନୀ, କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ମୁଞ୍ଜପାରା ମହେନ୍ଦ୍ରଭାଇଙ୍କ ସମେତ ବିଭାଗର ବରିଷ୍ଠ ଅଧିକାରୀ ଓ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।

Breaking News