Report Card Odisha

| Daily Odia News

ବଜେଟ ୨୦୨୩-୨୪ : ମୁଣ୍ଡ ପିଛା ଆୟ ଦୁଇ ଗୁଣ ହୋଇ ୧.୯୭ ଲକ୍ଷରେ ପହଞ୍ଚିଛି……

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଆଜି ଲୋକସଭାରେ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ମୋଟ ୪୫,୦୩,୦୯୭.୪୫ କୋଟି ଟଙ୍କାର ବଜେଟ ଉପସ୍ଥାପନ ହୋଇଛି। ନିର୍ମଳା ସୀତାରମଣ କହିଛନ୍ତି, ବିଶ୍ୱ ଅର୍ଥନୀତି ତଳକୁ ଖସୁଥିବା ବେଳେ ଭାରତର ଅର୍ଥନୀତି ଠିକ୍‌ ଟ୍ରାକରେ ରହିଛି। ମହାମାରୀ କରୋନା ବେଳେ ଆମେ ମାଗଣା ଖାଦ୍ୟ ସାମଗ୍ରୀ ଲୋକଙ୍କୁ ଯୋଗାଇ ଦେଇଥିଲୁ। ପିଏମ ଗରିବ କଲ୍ୟାଣ ଅନ୍ନ ଯୋଜନା ଅଧୀନରେ ୨ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଦେଶର ୮୦ କୋଟିରୁ ଅଧିକ ଲୋକ ଏହି ଯୋଜନା ଦ୍ୱାରା ୨୮ ମାସ ମାଗଣାରେ ରାସନ ଯୋଗାଇ ଦିଆଯାଇଛି। ଥିସହ ଆଉ ବର୍ଷେ ଯାଏ କେନ୍ଦ୍ର ସରକାର ମାଗଣା ରାସନ ଯୋଜନାକୁ ବୃଦ୍ଧି କରିଛନ୍ତି। ବସୁ ଧୈବ କୁଟୁମ୍ଭକମ ନୀତିରେ ସରକାର ଜି-୨୦ ସମ୍ମିଳନୀର ଅଧ୍ୟକ୍ଷତା କରୁଛନ୍ତି। ଏହା ବିଶ୍ୱସ୍ତରରେ ଭାରତର ଦବଦବାକୁ ପ୍ରଦର୍ଶିତ କରୁଛି। ୨୦୧୪ରୁ ଭାରତ ସରକାର ସମସ୍ତ ନାଗରିକ କେମିତି ଉପଯୁକ୍ତ ଅଧିକାର ପାଇବେ, ତା’ ଉପରେ ଗୁରୁତ୍ୱ ଦେଇ ଚାଲିଛନ୍ତି। ବର୍ତ୍ତମାନ ଦେଶର ମୁଣ୍ଡ ପିଛା ଆୟ ଦୁଇ ଗୁଣିତ ହୋଇ ୧.୯୭ ଲକ୍ଷରେ ପହଞ୍ଚିଛି। ଏହି ୯ ବର୍ଷ ମଧ୍ୟରେ ଭାରତର ଅର୍ଥନୀତିକ ଆକାର ୧୦ମ ସ୍ଥାନରୁ ଆସି ୫ ସର୍ବବୃହତ୍ତ ଅର୍ଥନୀତିରେ ପହଞ୍ଚିଛି। ଦେଶରେ ୧୨୦ କୋଟି ଲୋକଙ୍କୁ ୨୨୦ କୋଟି ଡୋଜ୍‌ ଟିକା ଦିଆଯାଇଛି। ଚାଲୁ ବିତ୍ତ ବର୍ଷରେ ଭାରତର ଅର୍ଥନୀତିକ ଅଭିବୃଦ୍ଧି ୭.୦% ରହିବ। ଏହା ସମସ୍ତ ବଡ଼ ଅର୍ଥନୀତିକ ଦେଶ ତୁଳନାରେ ଅଧିକ। ସାରା ବିଶ୍ୱରେ ମହାମାରୀ ଓ ଯୁଦ୍ଧର ବିଭୀଷିକା ଦେଖା ଯାଇଥିବା ବେଳେ ଭାରତର ଅର୍ଥନୀତି ଭଲ ସ୍ଥିତିରେ ରହିଛି। ମିଶନ ମୋଡ୍‌ରେ ପର୍ଯ୍ୟଟନ ଶିଳ୍ପର ପ୍ରଚାର ପ୍ରସାର କରାଯାଉଛି। କୃଷି କ୍ରେଡିଟ୍‌ ଟାର୍ଗେଟ ୨୦ ଲକ୍ଷ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି। ମିଲେଟ୍‌କୁ ପ୍ରୋତ୍ସାହନ ପାଇଁ ନାମକରଣ ହୋଇଛି ‘ଶ୍ରୀଅନ୍ନ’ ଯୋଜନା । ଶ୍ରୀଅନ୍ନ ଉତ୍ପାଦନ କ୍ଷେତ୍ରରେ ଭାରତ ନଂ-୧ ଥିବା ବେଳେ ରପ୍ତାନୀରେ ନମ୍ବର୨ରେ ରହିଛି। କୃଷି ଋଣ ଓ ପ୍ରୋତ୍ସାହନ ପାଇଁ ୨୦ ଲକ୍ଷ କୋଟି ବ୍ୟବସ୍ଥା କରାଯାଇଛି ବୋଲି ଆଜି ସଂସଦରେ ବଜେଟ୍‌ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି। ସେହିପରି ଆଉ ବର୍ଷେ ମାଗଣା ଅନ୍ନ ଯୋଜନା ବଢ଼ିଥିବା ନେଇ ଘୋଷଣା ହୋଇଛି। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ପାଇଁ ୨ କୋଟି ଲକ୍ଷରୁ ଅଧିକ ବଜେଟ୍‌ କରାଯାଇଛି। ୨୮ ମାସ ଯାଏଁ ୮୦ କୋଟି ଲୋକଙ୍କୁ ମାଗଣା ରାସନ ଦିଆଯାଇଛି। ପିଏମ୍‌ ସୁରକ୍ଷା ଯୋଜନାରେ ୪୪ କୋଟି ଲୋକ ଲାଭ ପାଉଛନ୍ତି। ପ୍ରତି ବ୍ୟକ୍ତିଙ୍କ ମୁଣ୍ଡପିଛା ଆୟ ୨ ଗୁଣା ହୋଇଛି। ଚାଷୀ, ମହିଳା, ଓବିସି, SC/ST, ବଞ୍ଚିତ ସମସ୍ତଙ୍କ ବିକାଶ ପାଇଁ ବଜେଟ କରାଯାଇଛି। ଆଗ୍ରି ଷ୍ଟାର୍ଟଅପ୍ ପ୍ରୋତ୍ସାହନ ପାଇଁ ଆଗ୍ରି ଆକ୍ସିଲେରେଟର ଫଣ୍ଡ ବ୍ୟବସ୍ଥା ଆତ୍ମନିର୍ଭର କ୍ଲିନ ପ୍ଲାଣ୍ଟ ପ୍ରୋଗ୍ରାମ ଆରମ୍ଭ ହୋଇଛି। କୃଷି ଋଣ ପ୍ରୋତ୍ସାହନ ପାଇଁ ୨୦ ଲକ୍ଷ କୋଟିର ବ୍ୟବସ୍ଥା ରହିବ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି। ବଜେଟ ଉପସ୍ଥାପନ କରି ନିର୍ମଳା ସୀତାରମଣ କହିଛନ୍ତି ଯେ କେନ୍ଦ୍ର ସରକାର ଶିକ୍ଷା ଓ ନିଯୁକ୍ତିକୁ ଗୁରୁତ୍ୱ ଦେଉଛନ୍ତି। କେନ୍ଦ୍ର ସରକାର ଆସନ୍ତା ୩ ବର୍ଷ ମଧ୍ୟରେ ଏକଲବ୍ୟ ମଡେଲ ଆବାସିକ ସ୍କଲଗୁଡ଼ିକରେ ୩୮,୮୦୦ ଶିକ୍ଷକ ଓ ସର୍ପୋଟ ଷ୍ଟାଫଙ୍କୁ ନିଯୁକ୍ତି ଦେବେ। ୩.୫ ଲକ୍ଷ ଆଦିବାସୀ ପିଲାଙ୍କ ପାଇଁ ଥିବା ୭୪୦ ସ୍କୁଲରେ ଏପରି ବ୍ୟବସ୍ଥା କରାଯିବ। ପିଲାମାନଙ୍କୁ ଉତ୍ତମ ବହି ଯୋଗାଇ ଦେବା ପାଇଁ ଡିଜିଟାଲ ଲାଇବ୍ରେରୀର ବ୍ୟବସ୍ଥା କରାଯିବ। ଶିକ୍ଷକଙ୍କ ପ୍ରଶିକ୍ଷଣକୁ ଗୁରୁତ୍ୱ ଦିଆଯିବ। ପିଲାମାନଙ୍କ ପାଇଁ ଜାତୀୟ ଲାଇବ୍ରେରୀ ଖୋଲାଯିବ। ପ୍ରତି ପଞ୍ଚାୟତ ଓ ୱାର୍ଡରେ ଲାଇବ୍ରେରୀ ଖୋଲି ପିଲାମାନଙ୍କୁ ବହି ଯୋଗାଇ ଦିଆଯିବ। ପିଲାମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ସବୁ ପ୍ରକାରର ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି।

 

Breaking News