ରିପୋର୍ଟ କାର୍ଡ / ଭୁବନେଶ୍ବର
ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାରେ ମୁହଁ ଖୋଲିଛନ୍ତି ପୋଲିସ ଡିଜି ସୁନୀଲ ବଂଶଲ । କହିଛନ୍ତି, ଜଷ୍ଟିସ ଦାସଙ୍କ ମନିଟରିଂରେ ତଦନ୍ତ ଚାଲୁ ରହିଛି। ଏଭଳି ମାମଲାରେ ତଦନ୍ତରେ ପୂର୍ଣ୍ଣତା ଆସିବାକୁ ଟିକେ ସମୟ ଲାଗିବ। ଏଭଳି କ୍ରାଇମର ରହସ୍ୟ ୨ରୁ ୪ ଦିନ ଭିତରେ ଜଣାପଡ଼ିବନି। ସେଥିପାଇଁ କେନ୍ଦ୍ରର ସହଯୋଗ ନିଆଯିବ। ଗୃହ ମନ୍ତ୍ରାଳୟ ସହ କଥା ହୋଇଛି। ଗୃହ ମନ୍ତ୍ରାଳୟ ମଧ୍ୟ ପୂର୍ଣ୍ଣ ସହଯୋଗ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ତଦନ୍ତରେ ସହଯୋଗ କରିବାକୁ CFSL ଟିମ୍ ଆସିପାରେ। ତଦନ୍ତରେ ସ୍ୱଚ୍ଛତା ପାଇଁ ସେଠାକାର ପୁଲିସଙ୍କୁ ବଦଳି କରାଯାଇଛି। ଘଟଣାର ଯେଭଳି ପୁନରାବୃତ୍ତି ନହେବ ପଦକ୍ଷେପ ନିଆଯାଉଛି ବୋଲି ଡିଜିପି କହିଛନ୍ତି।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..