Report Card Odisha

| Daily Odia News

ବ୍ୟବସାୟ ଲାଭଜନକ ହେବ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ : ଉଦାର ସ୍ବଭାବସମ୍ପନ୍ନ ହେବେ। କୃଷି କର୍ମରେ ଦକ୍ଷତା ପ୍ରତିପାଦନ କରିପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ଆୟୁଷ୍ମାନ୍‌ ହେବେ। ଯାନବାହନ ସୁଖ ମିଳିବ।

ବୃଷ : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

ମିଥୁନ : ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତାରୁ ଧନ ଲାଭ ହେବ।
କର୍କଟ : ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭ ହେବ। ଆୟୁଷ୍ମାନ୍‌ ହେବେ। ଚିନ୍ତାଧାରା ଉନ୍ନତମାନର ହେବ।
ସିଂହ : ଥଣ୍ଡାକଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସ୍ନେହପୂର୍ଣ୍ଣ ବ୍ୟବହାରରେ ପରକୁ ଆପଣାର କରିପାରନ୍ତି। ରାଜଯୋଗ ଅଛି। ଉଚ୍ଚାସନ ମିଳିପାରେ। ଅଯଥା ବ୍ୟୟ ବୃଦ୍ଧି ହେବ।
କନ୍ୟା : କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଆୟୁଷ୍ମାନ୍‌ ହେବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ, ସଦ୍ଦିଚ୍ଛା ଭାବ ରହିବ।

ତୁଳା : ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଜୀବନ ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବିଛା :​‌ ପ୍ରତିରୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ବ୍ୟବସାୟ ଲାଭଜନକ ହେବ। ଶତ୍ରୁ ପଟୁ ବିପଦ ଥିବାରୁ ସତର୍କତାର ସହ ଚଳିବାକୁ ପଡ଼ିବ। ଅଷ୍ଟମଚନ୍ଦ୍ର ଭୋଗ ହେତୁ ଥଣ୍ଡାରେ ଆକ୍ରାନ୍ତ ହୋଇପାରନ୍ତି।
ଧନୁ : ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସ୍ବକର୍ମ ବଳରୁ ମନରେ ଉଦ୍ରେକ ହେଉଥିବା ଅହଂକାରକୁ ସମର୍ପି ଦେଇପାରନ୍ତି। ପତ୍ନୀଙ୍କ ପରାମର୍ଶରେ ଚଳିବେ।

ମକର : ଦୈନିକ ଖର୍ଚ୍ଚକୁ ସୀମିତ କରି ସଞ୍ଚୟାଭିମୁଖୀ ହୋଇପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।

କୁମ୍ଭ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ।

ମୀନ : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି। କରିତ୍‌କର୍ମା ହେବେ।

Breaking News