ରିପୋର୍ଟ କାର୍ଡ / ଯାଜପୁର
ଯାଜପୁରର ପୂର୍ବତନ କଂଗ୍ରେସ ବିଧାୟକ ଅର୍ଜୁନ ଚରଣ ଦାସଙ୍କର ଗାଡ଼ି ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ବାଇକରେ ଯାଉଥିବା ବେଳେ ଯାଜପୁର ଖରସ୍ରୋତା ବ୍ରିଜ ଉପରେ ଶ୍ରୀ ଦାସ ଦୁର୍ଘଟଣା ହୋଇଥିଲା । ତାଙ୍କ ଉପରେ ଦ୍ରୁତଗତିରେ ଯାଉଥିବା ହାଇଓ୍ବା ମାଡ଼ି ଯାଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ର୍ସ୍ବଗତ ଅର୍ଜୁନ ଚରଣ ଦାସ ଯାଜପୁର ଜିଲ୍ଲା ବିଂଝାରପୁର ନିର୍ବାଚନ ମଣ୍ଡଳୀରେ ୧୯୯୫ରୁ ୨୦୦୦ ଯାଏ କଂଗ୍ରେସ ଦଳରୁ ବିଧାୟକ ଥିଲେ। ନିକଟରେ ସେ ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦ୍ ଯାଇ କେ ଚନ୍ଦ୍ରଶୋଖର ରାଓଙ୍କ ଦଳ ଭାରତ ରାଷ୍ଟ୍ର ସମିତି (ବିଆରଏସ୍)ରେ ସାମିଲ ହୋଇଥିଲେ।






More Stories
କୁଆପଥର ବର୍ଷା ସହ ଝଡ଼ପବନ…..
ସାରା ରାଜ୍ୟ ଉପରେ ରହିବ ସରକାରଙ୍କ ନଜର….
ସୋସିଆଲ ମିଡିଆରେ ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ…..