ରିପୋର୍ଟ କାର୍ଡ / ଭୁବନେଶ୍ୱର
ମାର୍ଚ୍ଚ ୧୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏଥିନେଇ ପରିଷଦ ପକ୍ଷରୁ ବିସ୍ତୃତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ମାଟ୍ରିକ ସହିତ ମଧ୍ୟମା ପରୀକ୍ଷା ମଧ୍ୟ ଅନୁଷ୍ଠିତ ହେବ । କଟକ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି | ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହୋଇ ପୂର୍ବାହ୍ନ ୧୦ଟାରେ ସରିବ। ଭୋକେସନାଲ ଟ୍ରେଡ ବ୍ୟତୀତ ଅନ୍ୟ ସମସ୍ତ ବିଷୟରେ ୮୦ ମାର୍କ ପରୀକ୍ଷା କରାଯିବ । ୫୦ ନମ୍ବର ସଂକ୍ଷିପ୍ତ ପ୍ରଶ୍ନ ରହିବ, ଯାହାର ଉତ୍ତର OMR ସିଟରେ ପୂରଣ କରାଯିବ । ଅବଶିଷ୍ଟ ୩୦ ନମ୍ବର ସବଜେକ୍ଟିଭ ପ୍ରଶ୍ନ ରହିବ ଏହାର ଉତ୍ତର ପିଲାମାନେ ବୁକଲେଟରେ ଲେଖିବେ। ଗଣିତ ବିଷୟରେ ପିଲାମାନଙ୍କୁ ଅଧିକ ୧୫ ମିନିଟ ସମୟ ଦିଆଯିବ। ମାଟ୍ରିକ ପରୀକ୍ଷା କାର୍ଯ୍ୟସୂଚୀ ଅନୁଯାୟୀ ମାର୍ଚ୍ଚ ୧୦ ତାରିଖରେ ମାତୃଭାଷା ପରୀକ୍ଷା କରାଯିବ। ମାର୍ଚ୍ଚ ୧୩ରେ ଇଂରାଜୀ ଏବଂ ମାର୍ଚ୍ଚ ୧୪ରେ ସଂସ୍କୃତ କିମ୍ବା ହିନ୍ଦୀ ପରୀକ୍ଷା ହେବାକୁ ଥିବାବେଳେ ମାର୍ଚ୍ଚ ୧୬ରେ ସାଧାରଣ ବିଜ୍ଞାନ ଓ ମାର୍ଚ୍ଚ ୧୮ରେ ସାମାଜିକ ବିଜ୍ଞାନ ପରୀକ୍ଷା ଅନୁଷ୍ଠିତ ହେବ। ମାର୍ଚ୍ଚ ୨୦ ତାରିଖରେ ପରୀକ୍ଷାର୍ଥୀ ଗଣିତ ପରୀକ୍ଷା ଦେବେ ବୋଲି ସୂଚନା ଦିଆଯାଇଛି। ତେବେ ଭୋକେସନାଲ ଟ୍ରେଡ ପ୍ରାକ୍ଟିକାଲ ପରୀକ୍ଷା ନିଜ ନିଜ ସ୍କୁଲରେ ଫେବୃଆରୀ ୧୫ରୁ ୧୮ ତାରିଖ ମଧ୍ୟରେ କରାଯିବ। ଚଳିତବର୍ଷ ୩ ହଜାର ୨୯ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେବେ ୫ ଲକ୍ଷ ୩୩ ହଜାର ୭୧୨ ଛାତ୍ରଛାତ୍ରୀ । ସେହିଭଳି ମଧ୍ୟମାରେ ୨୯୧୪ ପରୀକ୍ଷାର୍ଥୀଙ୍କ ଲାଗି ୧୦୮ଟି କେନ୍ଦ୍ର ଏବଂ ମୁକ୍ତ ବିଦ୍ୟାଳୟରେ ୭୧୮୧ ପରୀକ୍ଷାର୍ଥୀ ଲାଗି ୧୪୬ କେନ୍ଦ୍ର ବ୍ୟବସ୍ଥା କରାଯାଇଛି ।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..