ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ତୁର୍କୀରେ ବଡ଼ ଧରଣର ଭୂମିକମ୍ପ ହୋଇଛି । ୧୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ କୋଠା ନଷ୍ଟ ହୋଇଥିବା ସୂଚନା ମିଳିଛି । ମୃତାହତଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି । ଭୂମିକମ୍ପର ତୀବ୍ରତା ୭.୮ ରେକର୍ଡ କରାଯାଇଛି। ଦକ୍ଷିଣପୂର୍ବ ତିର୍କୀର ଗାଜିଆନଟେପରେ ଏହି ଭୂମିକମ୍ପ ଅନୁଭୂତ ହୋଇଛି । କାରଣ ଭୂମିକମ୍ପ ବେଳେ ଲୋକେ ଘରେ ଶୋଇଥିଲେ। ସ୍ଥାନୀୟ ସମୟ ଅନୁସାରେ ଭୋର ୪ ଟା ୧୭ମିନିଟ୍ରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା । ଏହାର ୧୫ ମିନିଟ୍ ପରେ ସେଠାରେ ଆଉ ଏକ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା, ଯାହାର ତୀବ୍ରତା ୬.୭ ରହିଥିଲା ।






More Stories
୮ ସାଂସଦ ନିଲମ୍ବିତ…..
ଡାଟା ସେୟାରିଂ ନାଁରେ ନାଗରିକଙ୍କ ଗୋପନୀୟତାର…..
ଏନଡିଏ ବୈଠକରେ ମୋଦୀଙ୍କୁ ଭବ୍ୟ ସ୍ୱାଗତ…..