ରିପୋର୍ଟ କାର୍ଡ / କଟକ
ବନବିଭାଗର ହେପାଜତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ପୋଲିସ ବଡ଼ମ୍ବା ରେଞ୍ଜରଙ୍କ ସମେତ ୭ଜଣଙ୍କୁ ଗିରଫ କରିଛି । ଏମାନଙ୍କୁ ଥାନାରେ ଅଟକ ରଖି ପୋଲିସ ପଚରାଉଚରା କରୁଥିବା ଜଣାଯାଇଛି। ସୂଚନା ଅନୁଯାୟୀ, କିଛି ଦିନ ତଳେ ବଡ଼ମ୍ବା ଏବଂ ହିନ୍ଦୋଳ ସଂରକ୍ଷିତ ଜଙ୍ଗଲର ସୀମାବର୍ତ୍ତୀ ଅଞ୍ଚଳରୁ ଏକ ଗଳିତ ଗୁଳିବିଦ୍ଧ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ମାମଲାରେ ବନ ବିଭାଗ ଜଣଙ୍କୁ ଗତକାଲି ଉଠାଇ ଆଣି ଅଟକ ରଖିଥିଲା। କିନ୍ତୁ ରେଞ୍ଜରଙ୍କ ହେପାଜତରେ ଥିବା ଉକ୍ତ ଅଭିଯୁକ୍ତଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଥିଲା। ମୃତକ ଖୁଣ୍ଟକଟା ସାତଗୋଛିଆ ଗାଁର ଧନେଶ୍ବର ବେହେରା ବୋଲି ଜଣାଯାଇଛି । ଏହାପରେ ଆଠଗଡ଼ ଥାନା ପୋଲିସ ବଡ଼ମ୍ବା ରେଞ୍ଜରଙ୍କ ସମେତ ୭ ଜଣଙ୍କୁ ଉଠାଇନେଇଥିବା ଜଣାଯାଇଛି । ଏଣେ ଖବର ପାଇ ମୃତକଙ୍କ ପରିବାର ଆଠଗଡ଼ ଡାକ୍ତରଖାନାରେ ଆସି ପହଞ୍ଚିଥିବାର ସୂଚନା ରହିଛି।






More Stories
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..
ଆଜି ରାଷ୍ଟ୍ରପତିଙ୍କର ଓଡିଶା ଗସ୍ତର ଦ୍ଵିତୀୟ ଦିନ:ବିରଜା ମନ୍ଦିର ପରିଦର୍ଶନ…..