ରିପୋର୍ଟ କାର୍ଡ / ଭୁବନେଶ୍ବର
ଇଞ୍ଜିନିୟରିଂ କଲେଜରେ ନାମ ଲେଖାଇବା ପାଇଁ ନେସ୍ନାଲ୍ ଟେଷ୍ଟିଂ ଏଜେନ୍ସି ପକ୍ଷରୁ କରାଯାଇଥିବା ଜେଇଇ ମେନ୍-୨୦୨୩ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ପରୀକ୍ଷାର୍ଥୀମାନେ ଏବେ ସେମାନଙ୍କ ଫଳାଫଳ jeemain.nta.nic.in ଜରିଆରେ ଦେଖିପାରିବେ। ଚଳିତବର୍ଷ ସମୁଦାୟ ୮.୬ ଲକ୍ଷ ପରୀକ୍ଷାର୍ଥୀ ପେପର୍-୧ ପରୀକ୍ଷା ଦେଇଥିବା ବେଳେ ୦.୪୬ ଲକ୍ଷ ପରୀକ୍ଷାର୍ଥୀ ପେପର୍-୨ ପରୀକ୍ଷା ଦେଇଥିଲେ। ଏନ୍ଟିଏ ଏହି ପ୍ରବେଶିକା ପରୀକ୍ଷା ଆରମ୍ଭ କରିବା ପରଠାରୁ ଏବର୍ଷ ସର୍ବାଧିକ ୯୫.୭୯ ପ୍ରତିଶତ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ପରୀକ୍ଷା ୱେବ୍ସାଇଟ୍ରେ ଜେଇଇ ମେନ୍ ୨୦୨୩ର ଉତ୍ତର ବି ପ୍ରକାଶ ପାଇଛି। ପରୀକ୍ଷାର୍ଥୀମାନେ ସେମାନଙ୍କ ରେଜଲ୍ଟ ଓ ଉତ୍ତରକୁ ୱେବ୍ସାଇଟ୍ ଜରିଆରେ ଡାଉନ୍ଲୋଡ କରିପାରିବେ।






More Stories
ପଥର ଖୋଲରୁ ନାବାଳକ ଉଦ୍ଧାର…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ…..
ଜନଗଣନା ଡ୍ୟୁଟି କରିବେ ଘରୋଇ ସ୍କୁଲ ଶିକ୍ଷକ…..