Report Card Odisha

| Daily Odia News

ଶ୍ରୀମନ୍ଦିରରେ ୪ ଘଣ୍ଟା ଦର୍ଶନ ବନ୍ଦ…..

ରିପୋର୍ଟ କାର୍ଡ / ପୁରୀ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁ ଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ପବିତ୍ର ଫାଲଗୁନମାସ କୃଷ୍ଣପକ୍ଷ ତୃତୀୟା ତିଥିର ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଗୁପ୍ତ ସେବା ନିତି ହୋଇଥିବାରୁ ଆଜି ଅପରାହ୍ନ ୬ଟା ରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକ ଲାଗି ନିତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।

 

Breaking News