ରିପୋର୍ଟ କାର୍ଡ / ଯାଜପୁର
ଯାଜପୁର ହେବ ଓଡିଶାର ଏକ ନମ୍ବର ଜିଲ୍ଲା | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭ୍ଚ୍ୟୁଆଲ ମାଧ୍ୟମରେ ଯାଜପୁର ଜିଲ୍ଲା ମହୋତ୍ସବ-୨୦୨୩ ଉଦ୍ଘାଟନ କରିଛନ୍ତି।ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଅନେକ ଧର୍ମ, ଆଧ୍ୟାତ୍ମିକ ଓ ଦର୍ଶନ ତତ୍ତ୍ବର ସଂଗମ ସ୍ଥଳ ହେଉଛି ଯାଜପୁର। ମା’ ବିରଜାଙ୍କୁ ପ୍ରଣାମ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯାଜପୁର ହେଉଛି ଶକ୍ତି ପୀଠ। ଏହାର ଗୌରବମୟ ଇତିହାସ ରହିଛି। ସ୍ବାଧୀନତା ସଂଗ୍ରାମ ଠାରୁ ଆରମ୍ଭ କରି କଳା, ସାହିତ୍ୟ, ସଂସ୍କୃତି, କୃଷି, ପର୍ଯ୍ୟଟନ ସବୁ କ୍ଷେତ୍ରରେ ଯାଜପୁରର ସ୍ବତନ୍ତ୍ର ପରିଚୟ ରହିଛି। ଯାଜପୁର ତାର ଐତିହ୍ୟକୁ ସାଥିରେ ନେଇ ଆଜି ବିକାଶ ପଥରେ ଆଗେଇ ଚାଲିଛି । ଶିଳ୍ପ, ନିଯୁକ୍ତି ଓ ଭିତ୍ତିଭୂମି ଆଜି ଯାଜପୁରର ନୂଆ ପରିଚୟ ହୋଇଛି। ମୋର ଦୃଢ ବିଶ୍ବାସ, ଯାଜପୁର ରାଜ୍ୟର ଏକ ନମ୍ବର ଜିଲ୍ଲା ହୋଇ ସମସ୍ତଙ୍କ ପାଇଁ ଆଦର୍ଶ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଯାଜପୁରର ସଂସ୍କୃତିରେ ବିଭିନ୍ନ ତତ୍ତ୍ବର ପ୍ରତିଫଳନ ଦେଖିବାକୁ ମିଳିଥାଏ । ଯାଜପୁର ଦିନେ ଓଡିଶାର ରାଜଧାନୀ ଥିଲା । ଧର୍ମ, ସାହିତ୍ୟ ଓ ସଂସ୍କୃତିର କେନ୍ଦ୍ର ଥିଲା । ହିନ୍ଦୁ ଧର୍ମ ପରି ବୌଦ୍ଧ ଧର୍ମର ମଧ୍ୟ ବିକାଶ ହୋଇଥିଲା। ରତ୍ନଗିରି, ଲଳିତଗିରି ଓ ଉଦୟଗିରି ଏବେ ସାରା ବିଶ୍ବର ବୌଦ୍ଧ ମାନଙ୍କ ପାଇଁ ଆକର୍ଷଣର କେନ୍ଦ୍ର ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।





More Stories
ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷା ମନ୍ତ୍ରୀ…..
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……