ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ରାଜ୍ୟସ୍ତରୀୟ ଆଦିବାସୀ ମେଳା ଆରମ୍ଭ ହେବାକୁ ଯାଉଛି। ଭୁବନେଶ୍ୱର ୟୁନିଟି-୧ସ୍ଥିତ ଆଦିବାସୀ ପଡ଼ିଆରେ ସନ୍ଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ମେଳାକୁ ଉଦ୍ଘାଟନ କରିବେ। ୧୫ ଦିନ ଧରି ଚାଲିବାକୁ ଥିବା ଏହି ମେଳାରେ ଆଦିବାସୀ ଗ୍ରାମ, ଜନଜାତି, ସ୍ୱୟଂ ସହାୟକ ଗୋଷ୍ଠୀ ପ୍ରକୋଷ୍ଠ, ଆଦିବାସୀ ହାଟ, ଆଦିବାସୀ କଳା ସାମଗ୍ରୀ, ଖାଦ୍ୟ ବଜାର ଆଦି ସାମିଲ୍ କରାଯାଇଛି। ଚଳିତ ଥର ୧୦ଟି ଆଦିବାସୀ ଗ୍ରାମ ସମେତ ୧୨୧ଟି ଷ୍ଟଲ୍ରେ ଆଦିବାସୀମାନେ ସେମାନଙ୍କର କଳାସାମଗ୍ରୀ ଓ ଜଙ୍ଗଲଜାତ ଦ୍ରବ୍ୟ ଆଦି ବିକ୍ରି କରିବେ ବୋଲି ବିଭାଗ ପକ୍ଷରୁ ଜଣାଯାଇଛି। ଅପରାହ୍ଣ ସାଢ଼େ ୨ଟାରୁ ରାତି ୯ଟା ପର୍ଯ୍ୟନ୍ତ ପ୍ରଦର୍ଶନୀ ଖୋଲା ରହିବ।






More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….