ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମଧ୍ୟପ୍ରଦେଶର ସିଧୀରେ ଚୁରହଟ-ରୀବା ଜାତୀୟ ରାଜପଥରେ ଏକ ବଡ ଧରଣର ସଡକ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଛିଡା ହୋଇଥିବା ୩ଟି ବସ୍କୁ ଟ୍ରକ ଧକ୍କା ଦେଇଛି | ଦୁର୍ଘଟଣାରେ ୧୭ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୫୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତ ଗୁରୁତରଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାନୁଯାୟୀ, ଦୁର୍ଘଟଣା ସ୍ଥଳରେ ୮ ଜଣଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ମାନଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି | ଟ୍ରକଟିର ଚକା ଫାଟି ଯିବାରୁ ଏହା ନିୟନ୍ତ୍ରଣ ହରାଇ ଛିଡା ହୋଇଥିବା ୩ ବସ୍କୁ ଧକ୍କା ଦେଇଥିଲା । ଏହି ମର୍ମନ୍ତୁଦ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହାସହ ମୃତକଙ୍କ ପରିଜନଙ୍କ ପାଇଁ ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ଓ ଆହତଙ୍କୁ ୨ ଲକ୍ଷ ଲେଖାଏଁ ଓ ସାମାନ୍ୟ ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି।






More Stories
ଭରଣପୋଷଣ ଦୟା ନୁହେଁ,ସ୍ତ୍ରୀଙ୍କ ଅଧିକାର…..
କ୍ଷମା ମାଗିଲେ ଅଶ୍ୱିନ ବୈଷ୍ଣବ……
ଫ୍ଲାଟ ମୂଲ୍ୟରୁ ହଟିଲା ପାର୍କିଂ ଚାର୍ଜ…..