ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କାଶ୍ମୀର ଅବନ୍ତିପୋରାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି | ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି | ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ମୃତ ଆତଙ୍କବାଦୀ ଜଣକ ପୁଲୱମାରେ ମୃତ୍ୟୁ ବରଣ କରିଥିବା କାଶ୍ମୀର ପଣ୍ଡିତଙ୍କ ହତ୍ୟା ଘଟଣାରେ ସାମିଲଥିଲା ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଏହାସହ ଗୁଳିବିନିମୟ ସମୟରେ ୨ ଯବାନ ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ହସ୍ପିଟାଲରେ ନିଆଯାଇ ଚିକିତ୍ସା କରାଯାଉଛି। ଉକ୍ତ ଅଞ୍ଚଳରେ ବର୍ତ୍ତମାନ ମଧ୍ୟ ତଲାସି ଅଭିଯାନ ଜାରି ରହିଛି।






More Stories
ଆଫଗାନିସ୍ତାନରେ ବୋମା ମାଡ଼ କଲା ପାକ୍……
ମମତା ଙ୍କ ଘରେ ସିଆଇଡ଼ି ଚଢ଼ାଉ…..
ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ କଳଙ୍କ ନୁହେଁ…..