ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମୁଖ୍ୟ ନିର୍ବାଚନ କମିଶନର ଏବଂ ନିର୍ବାଚନ କମିଶନରଙ୍କ ନିଯୁକ୍ତି ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ଏକ ବଡ଼ ରାୟ ଶୁଣାଇଛନ୍ତି। ପ୍ରଧାନମନ୍ତ୍ରୀ, ବିରୋଧୀଦଳ ନେତା ଓ ପ୍ରଧାନବିଚାରପତିଙ୍କୁ ନେଇ ଗଠିତ କମିଟି ମୁଖ୍ୟ ନିର୍ବାଚନ କମିଶନର ଓ ନିର୍ବାଚନ କମିଶନରଙ୍କୁ ଚୟନ କରିବେ। ଏମାନଙ୍କ ସୁପାରିଶକ୍ରମେ ସିଇସି ଓ ଇସିଙ୍କୁ ରାଷ୍ଟ୍ରପତି ନିଯୁକ୍ତି ଦେବେ ବୋଲି ସୁପ୍ରିମକୋର୍ଟ ରାୟ ଶୁଣାଇଛନ୍ତି। ମୁଖ୍ୟ ନିର୍ବାଚନ କମିଶନର୍ ଏବଂ ନିର୍ବାଚନ କମିଶନରଙ୍କ ନିଯୁକ୍ତି ପାଇଁ କଲେଜିୟମ୍ ଭଳି ବ୍ୟବସ୍ଥା କରିବା ଦାବିରେ କରାଯାଇଥିବା ଆବେଦନ ଉପରେ ଶୁଣାଣି କରି ଆଜି ସୁପ୍ରିମକୋର୍ଟ ଏହି ରାୟ ଦେଇଛନ୍ତି।






More Stories
ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା…..
ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍…..
ରେପୋ ହାର ହ୍ରାସ…..