ରିପୋର୍ଟ କାର୍ଡ / ଖୋର୍ଦ୍ଧା
ବାଣ ତିଆରି ବେଳେ ବିସ୍ଫୋରଣ ଘଟି ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ୪ ଜଣ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ଭୂଷଣ୍ଡପୁର ଗାଁରେ। ଆହତମାନଙ୍କୁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମୃତମାନଙ୍କ ପରିଚୟ ମିଳିନାହିଁ। ଦୋଳ ପୂର୍ଣ୍ଣିମା ପାଇଁ ଭୂଷଣ୍ଡପୁର ଗାଁର ଏକ ଘରେ ବାଣ ପ୍ରସ୍ତୁତି ହେଉଥିଲା। ଆଜି ସକାଳେ ହଠାତ୍ ସେହି ଘରେ ବାଣ ବିସ୍ଫୋରଣ ହୋଇ ନିଆଁ ଲାଗି ଯାଇଥିଲା। ନିଆଁ ଚାରିଆଡ଼େ ବ୍ୟାପିଯିବା ସହ ଘର ଭିତରେ ଥିବା ବାଣ ଗୁଡ଼ିକ ଫୁଟି ଥିଲା। ଫଳରେ ସେହି ଘରେ ଥିବା ୮ଜଣ ବ୍ୟକ୍ତି ବାହାରକୁ ବାହାରି ପାରିନଥିଲେ। ଅଗ୍ନିଶମ ବାହିନୀ ଓ ପୁଲିସ ଆସି ଉଦ୍ଧାର କାର୍ଯ୍ୟ କରିଥିଲେ। ହେଲେ ସେତେବେଳକୁ ୪ଜଣଙ୍କର ମୃତ୍ୟୁ ହୋଇସାରିଥିଲା। ଆଉ ୪ ଜଣଙ୍କୁ ଗୁରୁତର ଭାବେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘରର ଛପର ପୂରା ଉଡ଼ି ଯାଇଛି।






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..