ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି। ଆଜି ମାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ଛାତ୍ରଛାତ୍ରୀମାନେ ମାତୃଭାଷାରେ ପରୀକ୍ଷା ଦେଉଛନ୍ତି। ରାଜ୍ୟର ମୋଟ ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ଏହି ପରୀକ୍ଷା କରାଯାଉଛି। ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା, ମଧ୍ୟମା (ସଂସ୍କୃତ ଟୋଲ୍) ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍(ଓପନ୍ ସ୍କୁଲ)ର ଦ୍ବିତୀୟ ସମ୍ମେଟିଭ୍ ଆସେସ୍ମେଣ୍ଟ(ଏସ୍ଏ–୨) ପରୀକ୍ଷା ଆଜିଠାରୁ ସକାଳ ୮ଟାରୁ ଆରମ୍ଭ ହେଇଛି। ପରୀକ୍ଷା ପୂର୍ବାହ୍ନ ୧୦ଟାରେ ସରିବ। କେବଳ ଗଣିତ ପରୀକ୍ଷା ୧୦ଟା ୧୫ରେ ସରିବ। ପରୀକ୍ଷା ମାର୍ଚ୍ଚ ୨୦ତାରିଖ ପର୍ଯ୍ୟନ୍ତ ଚାଲିବ।






More Stories
ପଥର ଖୋଲରୁ ନାବାଳକ ଉଦ୍ଧାର…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ…..
ଜନଗଣନା ଡ୍ୟୁଟି କରିବେ ଘରୋଇ ସ୍କୁଲ ଶିକ୍ଷକ…..