ରିପୋର୍ଟ କାର୍ଡ / ମୟୂରଭଞ୍ଜ
ବାରିପଦା-ବେତନଟୀ ରାସ୍ତାର NH-୧୮ର କୃଷ୍ଣଚନ୍ଦ୍ରପୁର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିବାରୁ ୨୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ-ଗତକାଲି ବିଳମ୍ବିତ ରାତିରେ ଇନ୍ଦ୍ରାଣୀ ନାମ ଯାତ୍ରୀବାହୀ ବସ୍ଟି ରାଇରଙ୍ଗପୁରରୁ ବାରିପଦା ଦେଇ ଭୁବନେଶ୍ୱର ଯାଉଥିଲା। ଏହି ସମୟରେ କୃଷ୍ଣଚନ୍ଦ୍ରପୁର ନିକଟରେ ବସ୍ଟି ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଥିଲା। ଆହତ ଯାତ୍ରୀଙ୍କୁ ପୋଲିସ ଓ ଅଗ୍ନିଶମ ବାହିନୀ ଉଦ୍ଧାର କରି ବାରିପଦା ମେଡିକାଲ କଲେଜରେ ଭର୍ତ୍ତି କରିଥିଲେ।






More Stories
ଆସିଲା ସୁଭଦ୍ରା ଟଙ୍କା…..
ଶ୍ରୀମନ୍ଦିରକୁ ବୋମା ଧମକ ଦେଇଥିବା ଅଭିଯୁକ୍ତ ଗିରଫ…..
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..