Report Card Odisha

| Daily Odia News

ଡ୍ରାଇଭର ସଂଘର ଧର୍ମଘଟ:ବସ୍ ଚଳାଚଳ ସ୍ୱାଭାବିକ ହେବ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆସନ୍ତାକାଲିଠାରୁ ଡ୍ରାଇଭର ସଂଘ ଅଖ, ଚକ ବନ୍ଦ ଓ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଡାକରା ଦେଇଥିବା ବେଳେ ଘରୋଇ ବସ୍ ମାଲିକ ସଂଘ ଯାତ୍ରୀବାହୀ ବସ୍ ଚଳାଚଳ କରିବାକୁ ନିଷ୍ପତ୍ତି ନେଇଛି। କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ପୋଲିସ ସ୍ଥିତି ଉପରେ ନଜର ରଖିବାକୁ ସଂଘ ଅନୁରୋଧ କରିଛି। ଡିଜିପି ମଧ୍ୟ ସେମାନଙ୍କୁ ନିର୍ଭୟରେ ଯାତ୍ରୀବାହୀ ବସ୍ ଚଳାଚଳ କରିବାକୁ କହିଥିବା ଜଣାପଡ଼ିଛି। ଘରୋଇ ବସ୍ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ କହିଛନ୍ତି, ଡ୍ରାଇଭର ସଂଘ ଆମକୁ କିଛି ଦାବିପତ୍ର ଦେଇନି। ଆମେ ଆମର ବସ୍‌ ଚଳାଚଳ ସ୍ୱାଭାବିକ କରିବୁ। ଏନେଇ ଆମେ ସରକାରଙ୍କୁ ଲିଖିତ ଭାବେ ଜଣାଇ ଦେଇଛୁ।

Breaking News